1 କିନ୍ତୁ, ହେ ଭାଇମାନେ କାଳ ଓ ନିର୍ଦ୍ଦିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମରୂପେ ଜାଣ |।

3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭାବତୀର ପ୍ରସବ ବେଦନା ତୁଲ୍ୟ ହଠାତ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇବେ ନାହି।

4 କିନ୍ତୁ ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,

5 କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ | ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;

6 ଅତଏବ ଆସ ଆମ୍ଭେମାନେ ଅନ୍ୟମାନଙ୍କ ପରି ନିଦ୍ରିତ ନ ହେଉଁ, ମାତ୍ର ଜାଗ୍ରତ ହୋଇ ସଚେତନ ରହିଥାଉଁ |।

7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି |।

8 କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୁପ ଉରସ୍ତ୍ରାଣ ପରିଧାନ କରି ପରିତ୍ରାଣର ଭରସା ରୁପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉଁ |।

9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୁପଣ ନ କରି ବଂର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରଣ ପ୍ରାପ୍ତ ହେବା ନିମନ୍ତେ ନିରୁପଣ କରିଅଛନ୍ତି |।

10 ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁ ଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉଁ କିମ୍ବା ନିଦ୍ରାଗତ ଥାଉଁ ତାହାଙ୍କ ସହିତ ଜୀବିତ ରହିବୁ |।

11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି ପରସ୍ପରର ନିଷ୍ଠା ଜନ୍ମାଅ |।

12 ହେ ଭାଇ ମାନେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁ ଅଛୁ, ଯେଉମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୁପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,

13 ପୁଣି ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର | ପରସ୍ପର ସଂଗରେ ଶାନ୍ତିରେ ରୁହ |।

14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହାସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳ ମାନଙ୍କ ତତ୍ତ୍ୱ ନିଅ, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ |।

15 ସାବଧାନ କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦ ପରସ୍ପରର ଓ ସମସ୍ତଙ୍କର ମଂଗଲ କକରିବାକୁ ସଚେଷ୍ଟ ହୁଅ |।

16 ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;

17 ସହୁ ଅବସ୍ଥାରେ ଧନ୍ୟବାଦ ଦିଅ;

18 କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କ ଠାରେ ଏହା ଈଶ୍ୱରଙ୍କ ଅଭିମତ |।

19 ଆତ୍ମାଙ୍କୁ ନିର୍ବାଣ ନ କର;

20 ଭାବବାଣୀ ତୁଚ୍ଛ କର ନାହିଁ;

21 ବରଂ ସମସ୍ତ ବିଷୟ ପରିକ୍ଷା କର;

22 ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ ହୋଇଥାଅ |।

23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୁର୍ଣ୍ଣ ରୁପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୁର୍ଣ୍ଣ ନିର୍ଦୋଷ ରୁପେ ରକ୍ଷିତ ହେଉ |।

24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରୁଅଛନ୍ତି, ସେ ବିଶ୍ୱସ୍ତ, ସେ ତାହା ମଧ୍ୟ ସାଧନ କରିବେ |।

25 ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର |।

26 ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର |।

27 ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରିଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଉଅଛି |।

28 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ|।