1 ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତିସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;

2 ହଁ, ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ଶାରୀରିକଭାବାନୁସାରେ ଆଚରଣ କରୁଅଛୁ ବୋଲି ଯେଉଁମାନେ ମନେକରନ୍ତି, ଏପରି କାହାରି କାହାରି ବିରୁଦ୍ଧରେ ସାହସଦେଖାଇବା ନିମନ୍ତେ ମୁଁ ଯେଉଁ ସଂକଳ୍ପ କରିଅଛି, ଉପସ୍ଥିତହୋଇଯେପରି ମୋତେ ସେହିପ୍ରକାର ସାହସଦେଖାଇବାକୁ ନ ହୁଏ;

3 କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣକରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେଯୁଦ୍ଧ କରୁ ନାହୁଁ,

4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ)।

5 ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ୱରଙ୍କ ଜ୍ଞାନବିରୁଦ୍ଧରେ ଉତ୍‍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ,ପୁଣି ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେବନ୍ଦୀ କରୁ,

6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାରକରିବା ନିିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।

7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦିକେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି ଆପେ ବିବେଚନା କରୁ |।

8 କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛିଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;

9 ମୋହର ପତ୍ରଗୁଡ଼ିକ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଭୟମାତ୍ରଦେଖାଉଅଛି ବୋଲି ବୋଧ ନ ହେଉ।

10 କାରଣ ସେମାନେ କହନ୍ତି, ତାହାର ପତ୍ରସବୁଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀରଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।

11 ଆମ୍ଭେମାନେ ଅନୁପସ୍ଥିତ ଥିବା ସମୟରେ ପତ୍ର ଦ୍ୱାରାବାକ୍ୟରେ ଯେପରି, ଉପସ୍ଥିତ ଥିବା ସମୟରେ କାର୍ଯ୍ୟରେମଧ୍ୟ ଯେ ସେହିପରି, ଏହା ଏହିପରି ଲୋକେ ବୁଝନ୍ତୁ।

12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି,ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ଆପଣାଆପଣାକୁ ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସକରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ଆପଣାଆପଣାମାନଙ୍କ ଦ୍ୱାରା ଆପଣା ଆପଣାର ପରିମାଣ ଓଆପଣା ଆପଣା ସହିତ ଆପଣା ଆପଣାର ତୁଳନା କରିନିର୍ବୋଧତା ପ୍ରକାଶ କରନ୍ତି।

13 କିନ୍ତୁ ଆମ୍ଭେମାନେ ସୀମା ଲଙ୍ଘନ କରି ଦର୍ପ କରିବୁ ନାହିଁ; ମାତ୍ର ତୁମ୍ଭେମାନେ ମଧ୍ୟ ଆମ୍ଭମାନଙ୍କ ସୀମାରଅନ୍ତର୍ଭୁକ୍ତ ହେବା ପାଇଁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପରିମାଣ ସ୍ୱରୂପେ ଯେଉଁ ସୀମା ନିରୂପଣ କରିଅଛନ୍ତି, ସେଥିରପରିମାଣାନୁସାରେ ଦର୍ପ କରିବୁ।

14 କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ସୀମାର ଅନ୍ତର୍ଭୁକ୍ତନ ଥିଲା ପରି ଆମ୍ଭେମାନେ ଯେ ସୀମା ଲଙ୍ଘନ କରୁଅଛୁ,ତାହା ନୁହେଁ, ଯେଣୁ ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରୁ କରୁଆମ୍ଭେମାନେ ତୁମ୍ଭମାନଙ୍କ ପର୍ଯ୍ୟନ୍ତ ସୁଦ୍ଧା ପ୍ରଥମେ ଯାଇଥିଲୁ;

15 ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟରପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରିଅଧିକରୁ ଅଧିକତର ବିସ୍ତାରିତ ହେବ,

16 ପୁଣି, ଆମ୍ଭେମାନେ ଅନ୍ୟର ସୀମା ମଧ୍ୟରେ ତାହାରକୃତ କର୍ମ ବିଷୟରେ ଦର୍ପ ନ କରି ତୁମ୍ଭମାନଙ୍କ ପରବର୍ତ୍ତୀଅଞ୍ଚଳମାନଙ୍କରେ ଯେପରି ସୁସମାଚାର ପ୍ରଚାର କରି ପାରିବା,ଏହା ଭରସା କରୁଅଛୁ।

17 କିନ୍ତୁ ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।

18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେପରୀକ୍ଷାସିଦ୍ଧ।