1 ତୁମ୍ଭେମାନେ ଯଦି ମୋର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ ! ହଁ, ତୁମ୍ଭେମାନେ ତ ମୋ' ପ୍ରତିସହିଷ୍ଣୁ।
2 କାରଣ ଈଶ୍ୱରଙ୍କ ବିଷୟକ ଉଦ୍ଯୋଗରେ ମୁଁତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନକରିଅଛି।
3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରିଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହିଭୟ ହେଉଅଛି।
4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାରକରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତବଡ଼ ସହିଷ୍ଣୁ।
5 କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁଯେ କୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି।
6 କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ଅପଟୁ, ତଥାପି ମୁଁ ଜ୍ଞାନରେ ଅପଟୁ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ।
7 ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି।
8 ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି,
9 କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲିି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି।
10 ମୋ'ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହିି ଖଣ୍ଡନ କରିବ ନାହିଁ କାହିଁକି।
11 ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ଈଶ୍ୱର ଜାଣନ୍ତି।
12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥିନିମନ୍ତେ ମୁଁଯାହା କରୁଅଛି, ତାହା କରୁଥିବି।
13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠକାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶଧାରଣ କରନ୍ତି।
14 ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେଦୀପ୍ତିମୟ ଦୂତର ବେଶ ଧାରଣ କରେ।
15 ଅତଏବ, ଯଦି ତାହାର ସେବକମାନେ ମଧ୍ୟଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କକର୍ମ ଅନୁସାରେ ଘଟିବ।
16 ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର,ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ।
17 ମୁଁ ଯାହା କହୁଅଛି, ତାହା ପ୍ରଭୁଙ୍କ ମତାନୁସାରେକହୁ ନାହିଁ, ମାତ୍ର ନିର୍ବୋଧ ତୁଲ୍ୟ ଏପରି ଅତ୍ୟନ୍ତ ସାହସରେଦର୍ପ କରି କହୁଅଛି।
18 ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି।
19 କାରଣ ତୁମ୍ଭେମାନେ ବୁଦ୍ଧିମାନ ଦାସ ବୋଲି ସିନାଆନନ୍ଦରେ ନିର୍ବୋଧମାନଙ୍କ ପ୍ରତି ସହିଷ୍ଣୁ ହେଉଅଛ।
20 ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ,ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ।
21 ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେକେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ।
22 ସେମାନେ କି ଏବ୍ରୀୟ ମୁଁ ମଧ୍ୟ ଏବ୍ରୀୟ।ସେମାନେ କି ଇସ୍ରାଏଲୀୟ ମୁଁ ମଧ୍ୟ ଇସ୍ରାଏଲୀୟ।ସେମାନେ କି ଅବ୍ରହାମଙ୍କ ସନ୍ତାନ ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।
23 ସେମାନେ କି ଖ୍ରୀଷ୍ଟଙ୍କ ସେବକ (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁରସମ୍ମୁଖୀନ ହେବାରେ।
24 ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଊଣଚାଳିଶପ୍ରହାର ପାଇଅଛି,
25 ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନିଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ରକ୍ଷେପଣ କରିଅଛି,
26 ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ,ବିଜାତିମାନଙ୍କଠାରୁ ବିପଦରେ, ନଗରର ବିପଦରେ,ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,
27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ।
28 ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟପ୍ରତିଦିନ ମୋ' ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀସମୂହ ନିମନ୍ତେ ଚିନ୍ତା।
29 କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁକେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ।
30 ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ,ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
31 ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ୱର ଓ ପିତା ଜାଣନ୍ତି;
32 ଦାମାସ୍କସ୍ରେ ହାରେତା ରାଜାଙ୍କ ଶାସନକର୍ତ୍ତାମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁଜଗାଇଥିଲେ,
33 ଆଉ ଟୋକାଇରେ ଗୋଟିଏ ଖିଡ଼ିକି ବାଟେ ପାଚେରିଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି ମୁଁ ତାଙ୍କ ହସ୍ତରୁରକ୍ଷା ପାଇଲି।