1 ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରିପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିରକଲି।
2 ଯେଣୁ ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖ ଦିଏ, ତେବେଯାହାକୁ ମୁଁ ଦୁଃଖ ଦିଏ, ତାହା ଛଡ଼ା ଆଉ କିଏ ମୋତେଆନନ୍ଦ ଦେବ।
3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବାଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କବିଷୟରେ ମୋହର ବିଶ୍ୱାସ।
4 କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି ଯେପରିତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରିତୁମ୍ଭେମାନେ ଜ୍ଞାତ ହୁଅ।
5 କିନ୍ତୁ ଯଦି କେହି ଦୁଃଖ ଦେଇଅଛି, ସେ ମୋତେଦୁଃଖ ଦେଇ ନାହିଁ, ମାତ୍ର କେତେକ ପରିମାଣରେ (ମୁଁ ଅଧିକକଠିନ ହେବାକୁ ଇଚ୍ଛା କରୁ ନାହିଁ) ତୁମ୍ଭ ସମସ୍ତଙ୍କୁ ଦୁଃଖଦେଇଅଛି।
6 ଅଧିକାଂଶଙ୍କ ଦ୍ୱାରା ଏପରି ଲୋକ ଯେଉଁ ଶାସ୍ତିପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;
7 ଏଣୁ କାଳେ ଏପରି ଲୋକ ଅତିରିକ୍ତ ଦୁଃଖରେବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ।
8 ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନକରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।
9 କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି।
10 କିନ୍ତୁ ତୁମ୍ଭେମାନେ ଯାହାର କିଛି କ୍ଷମା କର, ମୁଁ ମଧ୍ୟତାହାକୁ କ୍ଷମା କରେ; କାରଣ ମୁଁ ଯଦି କିଛି କ୍ଷମା କରିଅଛି,ତେବେ ଯାହା କ୍ଷମା କରିଅଛି, ତାହା ଖ୍ରୀଷ୍ଟଙ୍କ ସାକ୍ଷାତରେତୁମ୍ଭମାନଙ୍କ ସକାଶେ କ୍ଷମା କରିଅଛି,
11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାରକରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ।
12 ପୁଣି, ଖ୍ରୀଷ୍ଟଙ୍କ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ତ୍ରୋୟାକୁ ଆସିଲା ଉତ୍ତାରେ ପ୍ରଭୁଙ୍କ କାର୍ଯ୍ୟ ନିମନ୍ତେ ସୁଯୋଗରୂପ ଦ୍ୱାର ମୁକ୍ତ ହେଲେ ହେଁ।
13 ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁପ୍ରସ୍ଥାନ କଲି।
14 କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସସ୍ଥ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,
15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବାଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,.।
16 ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ।ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ।
17 ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥାକହୁଅଛୁ।