1 ପାନ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକୀଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ |।
2 ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ବାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି ଆପଣଙ୍କର ପରିଣାମଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3 ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୁର୍ଣ କୃତଜ୍ଞତା ସହିତ ସ୍ପୀକାର କରୁଅଛୁ |।
4 କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଲାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି |।
5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀସ୍ବରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ନେତା ବୋଲି ଜାଣିଅଛୁ;
6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ (ଆଉ ଆପଣଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଛା କରିଥିଲୁ |।
7 କିନ୍ତୁ ସହସ୍ରସେନାପତି ଲୁସିୟା ଆସି ଅତିଶୟ ବଳତ୍କାରରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡାଇନେଲେ,
8 ଆଉ ଏହାର ଆଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ ) | ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ |।
9 ଜିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ |।
10 ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି |।
11 ବାର ଦିନରୁ ଅଧିକ ହେବ ନାହି ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲାମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି।
12 ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାର ମତାଇବାର ଦେଖି ନାହାନ୍ତି,
13 ପୁଣି ଏବେ ଏମାନେ ମୋ ବିରୂଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହି |।
14 କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାଇ ଓ ଯାହା ଯାହା ଭାବବାଦିଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ବାସ କରେ;
15 ପୁଣି ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଇଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି |।
16 ଏହେତୁରୂ ମୁଁ ମଧ୍ୟ ନିଜେ ସର୍ବଦା ଇଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ |।
17 ଅନେକ ବର୍ଷ ପରେ ମୁଁ ମୋର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ସୁଚୀ ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିସି ନଥିଲି, କିନ୍ତୁ ଆସିଆର କେତେକ ଯିହୁଦୀ ଥିଲେ;
19 ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇ ଥାଆନ୍ତା।
20 ନତୁବା ମୃତମାନଙ୍କ ପୁନରୁର୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଛ ସ୍ବରରେ ଏହି ଯେଉଁ କଥା କହିଥିଲି,
21 କେବଳ ସେହି ଗୋଟିଏ କଥା ଛଡା ମୁଁ ମହାସଭାନ ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇ ଅଛନ୍ତି ତାହା ଏମାନେ ନିଜେ କରନ୍ତୁ |।
22 କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣୀଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୁସିୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତି କରିବା।
23 ପୁଣି ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ବଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି ତାଙ୍କୁ ବନ୍ଦୀରୁପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ |।
24 କେତେକ ଦିନ ପରେ ଫେଲୀକ୍ସ୍ ଦୃସିଲ୍ଲା ନାମ୍ନୀ ଆପଣା ଜିହୁଦିଆ ଭାର୍ଯାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟଯୀଶୁଙ୍କଠାରେ ବିଶ୍ବାସ ବିଷୟ ତାଙ୍କଠାରୁ ଶୁଣିଲେ |।
25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ୍ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତଉତ୍ତର ଦେଲେ, ବର୍ତ୍ତମାନ୍ ତୁମ୍ଭେ ଯାଅ,ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା |।
26 ଆହୁରି ମଧ୍ୟ ପାଉଲ ତାଙ୍କୁ ଅର୍ଥ ଦେବେ ବୋଲି ସେ ଆସା କରୁଥିଲେ, ସେଥିପାଇନ୍ ଥରକୁ ଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ |।
27 କିନ୍ତୁ ଦୁଇ ବର୍ଷ ପୁର୍ଣ ହେଲା ଉତାରେ ପର୍କିୟ ଫେଷ୍ଟସ୍ ଫେଲୀକ୍ସଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ରହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ |।