1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଡି ଇତାଲିଆକୁ ଯିବା ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୁଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ |।
2 ସେଥିରେ ଆସିଆ ଉପକୁଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଡି ଜାହାଜ ଫିତଇଦେଲୁ; ଆଉ ମାକିଦନିଆର ମାରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ |।
3 ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୁଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ |।
4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୁଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
5 କିଲିକିଆ ଓ ପମଫ୍ଲିଆ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆର ମୁରାକୁ ଆସିଲୁ |।
6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରିୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଡାଇଦେଲେ |।
7 ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡି ନ ଦେବାରୁ ସାଲ୍ମୋନୀର ସମ୍ମୁଖ ଦେଇ କ୍ରୀତୀର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,
8 ପୁଣି କଷ୍ଟରେ କୁଳେ କୁଳେ ଯାଇସୁନ୍ଦର ବନ୍ଦର ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସେଥିର ନିକଟବର୍ତ୍ତୀ |।
9 ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡିଲା, କାରଣ ସେତେବେଳେ ଉପବାସପର୍ବ ସମାପ୍ତ ହୋଇଥିଲା |ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
10 ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି |।
11 କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଛାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ |।
12 ଆଉ ସେହି ବନ୍ଦରଟି ଶିତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ ରେ ପହଞ୍ଚି ସେଠାରେ ଶିତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂସ ଲୋକ ପରାମର୍ସ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୁର୍ବ ଓ ଦକ୍ଷିଣପୁର୍ବ ଅଭିମୁଖୀ |।
13 ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର (ଛୋଟ ଲଙ୍ଗରରେ ବନ୍ଧା ହୋଇଥିବା ମୋଟା ଦଉଡିରେ ନୌକାକୁ ଟାଣିବା), ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ |।
14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ବିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା |।
15 ଜାହାଜଟି ତୋଫାନରେ ପଡି ପବନର ସମ୍ମୁଖିନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ |।
16 ପୁଣି କ୍ଲାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ବୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜରନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
17 ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି କାଳେ ସେମାନେ ସୁର୍ତ୍ତୀ ନାମକ ଚଡାରେ (ଭୂସଂଲଘ୍ନ ବାଲିରେ) ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ |।
18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡିବାକୁ ଲାଗିଲେ,
19 ପୁଣି ତ୍ରୁତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡିଦେଲେ |।
20 ଅନେକ ଦିନ ପର୍ଯ୍ୟନ୍ତ ସୂର୍ଜୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି ଭୀଷଣ ଝଡ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା |।
21 ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲ ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରିତିରୁ ଜାହାଜ ନ ଫିଟାଇବା, ପୁଣି ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପମାନଙ୍କର ଉଚିତ୍ ଥିଲା |।
22 ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସହାସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହି, କେବଳ ଜାହାଜ ନଷ୍ଟ ହେବ |।
23 ଯେଣୁ ମୁଁ ଯେଉଁ ଇଶ୍ବରଙ୍କର ଲୋକ, ପୁଣି ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୁତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
24 ପାଉଲ, ଭୟକର ନାହି; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀସମସ୍ତଙ୍କୁ ଇସ୍ବର ତୁମ୍ଭକୁ ଦାନ କରିଅଛନ୍ତି |।
25 ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ବାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ |।
26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ବୀପରେ ଯାଇ ପଡିବାକୁ ହେବ |।
27 ଏହିରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରୀ ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରୀ ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ |।
28 ଏଣୁ ସେମାନେ ମାପ କରି କୋଡିଏ ବେଁ ପାଣି (ଏକ ବେଁ ପାଣି ବା eng. PATHOM = ଛ ଫୁଟ ବା ଚାରି ହାତ ଗଭୀର ପାଣି ଓ କୋଡିଏ ବେ ପାଣି =20X6=୧୨୦ ଫୁଟ ବା 20X4=୮୦ ହାତ ) ପାଇଲେ, ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ପନ୍ଦର ବେଁ ପାଣି (15X6=୯୦ ଫୁଟ ବା 15X4=୬୦ ହାତ ଗଭିରର ପାଣି) ପାଇଲେ |।
29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡୁ, ଏହୀ ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ |।
30 ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଯାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31 ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହି |।
32 ସେଥିରେ ସୈନ୍ୟମାନେ ନୌକାର ଦୌଡିସବୁ କାତିଦେଇ ତାକୁ ଜଳରେ ପକାଇଦେଲେ |।
33 ୟାଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉସ୍ଛାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି |।
34 ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣ ମାନଙ୍କୁ ପରାମର୍ସ ଦେଉଅଛି, କାରଣ ତାହା ଅପନମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହି |।
35 ସେ ଏଇସବୁ କଥା କହି ରୋତୀ ଘେନି ସମସ୍ତଙ୍କ ଶାକ୍ଷାତରେ ଇଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ |।
36 ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ |।
37 ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ |।
38 ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଯାହାଜକୁ ହାଲୁକା କରିବାକୁ ଲାଗିଲେ,
39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିନ୍ହି ପାରିଲେ ନାହି, ମାତ୍ର ସେମାନେ ବାଲିକୁଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ |।
40 ଏଣୁ ସେମାନେ ଳଙ୍ଗରସବୁ କାଟି ସେଗୁଡିକ ସମୁଦ୍ରରେ ଛାଡ଼ି ଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡିସବୁ ଫିଟାଇ ପବନ ଆଡକୁ ଆଗ ପାଲ ଉଠାଇ କୁଳ ଆଡକୁ ଯିବାକୁ ଚେଷ୍ଟା କଲେ |।
41 କିନ୍ତୁ ସେମାନେ ଦୁଇ ସମୁଦ୍ର ମିସିଥିବା ସ୍ଥାନରେ ଯାଇ ପଡନ୍ତେ, ଜାହାଜଟି ଚଡାରେ(ଭୂସଂଲଘ୍ନ ବାଲିରେ)ଲାଗିଗଲା; ତା'ର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା |।
42 ସେତେବେଳେ କାଲେ ବନ୍ଦୀ ମାନଙ୍କ ମଧ୍ୟରୁ କେହି ପହଁରି ପଲାଇଜାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ୍ କଲେ,
43 କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡି ପ୍ରଥମେ ସ୍ଥଳକୁ ଯାଆନ୍ତୁ,
44 ପୁଣି ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା(କାଠ ପଟା ) ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ | ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ |।