1 ଆମ୍ଭେମାନେ ରକ୍ଷା ପାଇଲା ପରେ ସେହି ଦ୍ବୀପ ମେଲିତୀ ବୋଲି ଜାଣିଲୁ |।

2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖିଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭସମସ୍ତଙ୍କୁ ଅବାର୍ଥ୍ଣନା କଲେ |।

3 କିନ୍ତୁ ପାଉଲ ବୀଡାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାଟି ହେତୁ ଗୋଟାଏ କାଳସାପ ବାହାରି ତାଙ୍କ ହାତରେ କାମୁଡି ଲାଗିରହିଲା |।

4 ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରଷ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହି |।

5 କିନ୍ତୁ ସେ ଜନ୍ତୁଟାକୁ ଝାଡି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ |।

6 ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଲ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା |।

7 ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ବୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୁମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ |।

8 ସେହି ସମୟରେ ଫୁବ୍ଲିୟଙ୍କର ପିତା ଜ୍ବର ଓ ଆମାଶୟ ରୋଗରେ ପିଡିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ |।

9 ଏହି ଘଟଣା ପରେ ସେହି ଦ୍ବୀପରେ ଥିବାଅବଶିଷ୍ଟ ପିଡିତମାନେ ମଧ୍ୟ ଆସି ସୁସ୍ଥ ହେଲେ;

10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ବାରା ସମାଦର କଲେ, ପୁଣି ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦର୍ଥସବୁ ଯୋଗାଇଦେଲେ |।

11 ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକଜାନ୍ଡ୍ରିୟ ଜାହାଜରେ ଚଡି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ବୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ |।

12 ସୁରାକୁସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନିଦିନ ରହିଲୁ,

13 ପୁଣି ସେ ସ୍ଥାନରୁ ବୁଲି ରେଗୀୟରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ବିତୀୟ ଦିନରେ ପୁତେଅଲିକୁ ଆସିଲୁ;

14 ସେସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଅମଭାମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ |।

15 ଭାଇମାନେ ଆମ୍ଭମାନଙ୍କ ସମ୍ବାଦ ପାଇ ସେହି ସ୍ଥାନରୁ ଆପ୍ପିୟଙ୍କ ହାଟଓତିନି ସରେଇଘରପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଭେତିଵ ପାଇଁ ଆସିଲେ, ପୁଣି ପାଉଲ ସେମାନଙ୍କୁ ଦେଖି ଈଶ୍ବରଙ୍କ ଧନ୍ୟବାଦ କରି ସାହାସ ପାଇଲେ |।

16 ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରିସୈନ୍ୟ ସହିତ ସ୍ବତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା |।

17 ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ବଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନଥିଲି, ତଥାପି ଯିରୁଶାଲମରୁ ବନ୍ଦୀରୂପେ ରୋମିୟମାନଙ୍କ ହସ୍ତରେ ସମର୍ପିତ ହେଲି |।

18 ସେମାନେ ମୋହର ବିଚାର କରି ମୋଠାରେ ପ୍ରାଣଦଣ୍ଡର କୌଣସି କାରଣ ନଥିବାରୁ ମୋତେ ମୁକ୍ତି ଦେବାକୁ ଇଛା କରୁଥିଲେ;

19 କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ବଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେ |।

20 ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇଶ୍ରାୟେଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି |।

21 ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୁଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କୁ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି |।

22 କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି |।

23 ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୁପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସକ୍ଷ ଦେଲେ, ପୁଣି ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ବାସ ଜନ୍ମା ଇବାକୁ ଚେଷ୍ଟା କଲେ |।

24 ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ବାସ କଲେ, କିନ୍ତୁ କେହି କେହି ଅବିଶ୍ବାସ କଲେ |।

25 ପୁଣି ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୁର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷଙ୍କୁ ଭାବବାଦୀ ଯିଶାୟଙ୍କ ଦ୍ବାରା ପବିତ୍ର ଆତ୍ମା ଯଥାର୍ଥରୂପେ କହିଥିଲେ,

26 ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହି, ପୁଣି ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହି;

27 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହି ଓ କାନରେ ଶୁଣିବେ ନାହି, ଆଉ ହୃଦୟରେ ବୁଝିବେ ନାହି, ପୁଣି ଫେରି ଆସିବେ ନାହି, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହି |।

28 ଅତଏବ ଈଶ୍ବରଙ୍କ ଏହି ପରିତରାଣ ବିଜାତିମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ |।

29 (ଆଉ ସେ ଏହି ସବୁ କଥା କହନ୍ତେ ଯିହୁଦିମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ |।

30 ସେ ସମ୍ପୁର୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,

31 ପୁଣି ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୁର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟରେ କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧିୟ ବିଷୟସବୁ ଶିକ୍ଷା ଦେଉଥିଲେ |।