1 ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ |।

2 ଏପରି ସମୟରେ ମାତୃଗର୍ଭରୁ ଖଞ୍ଜ ଜଣେ ଲୋକ ବୁହା ହୋଇ ଯାଉଥିଲା; ମନ୍ଦିରରେ ପ୍ରବେଶ କରୁଥିବା ଲୋକମାନଙ୍କଠାରୁ ଭିକ୍ଷାମାଗିବା ନିମନ୍ତେ ଲୋକେ ତାହାକୁ ପ୍ରତିଦିନ ସେଥିର ସୁନ୍ଦର ନାମକ ଦ୍ୱାରରେ ରଖି ଦେଉଥିଲେ |।

3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଉଦ୍ୟତ ଦେଖି ଭିକ୍ଷା ମାଗିବାକୁ ଲାଗିଲା।

4 ପିତର ଓ ଯୋହନ ତାହା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ପୁଣି ପିତର କହିଲେ,ଆମ୍ଭମାନଙ୍କ ଆଡକୁ ଚାହିଁ |।

5 ସେଥିରେ ସେ ସେମାନଙ୍କଠାରୁ କିଛି ପାଇବା ଆଶାରେ ସେମାନଙ୍କ ଆଡକୁ ଚାହିଁ ରହିଲା |।

6 କିନ୍ତୁ ପିତର କହିଲେ,ରୂପା କି ସୁନା ନାହିଁ ମୋହର ନାହିଁ;ମାତ୍ରା ମୋହର ଯାହା ଅଛି,ତାହା ମୁଁ ତୁମ୍ଭକୁ ଦେଉଅଛି;ନାଜରିତିୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ*|।

7 ପୁଣି,ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ;ସେଥିରେ ତତକ୍ଷଣାତ୍ ତା'ର ପଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,

8 ଆଉ ସେ କୁଦା ମରି*ଠିଆ ହେଲା;ପୁଣି,ଚାଲିବାକୁ ଲାଗିଲା;ଆଉ,ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ,ପୁଣି ଈଶ୍ୱଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା |।

9 ସେଥିରେ ଲୋକସମସ୍ତେ ତାହାକୁ ଚାଲିବା ଓ ଈଶ୍ୱରଙ୍କ ପ୍ରଶଂସା କରିବା ଦେଖିଲେ*,

10 ଆଉ ଯେଉଁ ଜଣକ ମନ୍ଦିର ସୁନ୍ଦର-ଦ୍ୱାର ନିକଟରେ ବସି ଭିକ୍ଷା କରୁଥିଲେ,ଏ ସେହି ଲୋକ ବୋଲି ସେମାନେ ଚିହ୍ନିଲେ,ପୁଣି ତା' ପ୍ରତି ଯାହା ଘଟିଥିଲା,ତାହା ଦେଖି ସେମାନେ ଅତିଶୟ ବିସ୍ମୟାପନ୍ନ ଓ ଆମ୍ଭିତ ହୋଇଗଲେ |।

11 ସେ ପିତର ଓ ଯୋହନଙ୍କୁ ଧରି ରହିଥିବା ସମୟରେ ଲୋକସମସ୍ତେ ଅତିଶୟ ବିସ୍ମୟାପନ୍ନ ହୋଇ ଶଲୋମନଙ୍କ ମଣ୍ଡପରେ*ସେମାନଙ୍କ ନିକଟକୁ ଏକତ୍ର ଦୌଡ଼ିଆସିଲେ |।

12 ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ,ହେ ଇସ୍ରାଏଲୀୟ ଲୋକମାନେ,ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛିକିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଚ୍ଛୁ,ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକ ଦୃଷ୍ଟିରେ ଚାହୁଁଛନ୍ତି?

13 ଅବ୍ରାହମ,ଇସାହାକ ଓ ଯାକୁବଙ୍କ ଈଶ୍ୱର,ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର,ଆପଣା ଦାସ**ଯୀଶୁଙ୍କୁ ଗୌରବାନ୍ନିତ କରିଅଛନ୍ତି;ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ*,ପୁଣି ପିଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ,ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ |।

14 ଆପଣମାନେ ସେହି ପବିତ୍ର ଓ ଧାର୍ମିକ ବ୍ୟକ୍ତିଙ୍କି ଅସ୍ୱୀକାର କଲେ,ଆଉ ଜଣେ ନରଘାତକ ଯେପରି ଆପଣମାନଙ୍କ ନିମନ୍ତେ ମୁକ୍ତ କରାଯାଏ,ଏହା ପ୍ରାର୍ଥନା କଲେ,

15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ;ତାହାଙ୍କ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି*,ଆମ୍ଭେମାନେ ସେଥିର ସାକ୍ଷୀ |।

16 ପୁଣି,ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ୍ କରିଅଛି;ହିଁ,ତାହାଙ୍କ ଦ୍ୱାରା ଦତ୍ତ ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ ସ୍ୱାସ୍ଥ୍ୟ ଦାନ କରିଅଛି*|।

17 ଆଉ ଏବେ,ହେ ଭାଇମାନେ,ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି,ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ|।

18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ,ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି|।

19 ଅତଏବ,ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ,ଏଥିନିମନ୍ତେ ମନପରିବର୍ତ୍ତନର କରି ପେରିଆସନ୍ତୁ,

20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବେ*;ପୁଣି,ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ |।

21 ସମସ୍ତ ବିଷୟ ପୁନଃସ୍ଥାନପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁକ ଦ୍ୱାରା କହିଅଛନ୍ତି,ସେହି ସମୟଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ |।

22 ମୋଶା ତ କହିଥିଲେ,ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ*;ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ,ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ |।

23 କିନ୍ତୁ ଏପରି ଘଟିବ ଯେ,ଯେଉଁ ପ୍ରାଣୀ ସେହି ଭାବବାଦୀଙ୍କର କଥା ଶୁଣିବ ନାହିଁ,ସେ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ |।

24 ହଁ,ଶାମୁୟେଲ ଓ ତାହାଙ୍କ ପରବର୍ତ୍ତୀ ସମୟଠାରୁ ଯେତେ ଭାବବାଦୀ କଥା କହିଅଛନ୍ତି,ସେମାନେ ସମସ୍ତେ ମଧ୍ୟ ଏହିକାଳର ବିଷୟ ପ୍ରଚାର କରିଅଛନ୍ତି।

25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ*,ପୁଣି ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠି ଆଶୀର୍ବାଦ ପ୍ରାପ୍ତ ହେବେ,ଏହି ବାକ୍ୟ ଈଶ୍ୱର ଅବ୍ରାହମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ,ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି |।

26 ଈଶ୍ୱର ପ୍ରଥମେ*ଆପଣମାନଙ୍କ ନିମନ୍ତେ ଆପଣା ସେହି ଦାସଙ୍କୁ ଉତ୍ପନ୍ନକରି ପ୍ରେରଣ କଲେ,ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି |।