1 ଅକ୍ଷଶେ୍ୱରଶ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକ ଶତ ସତାଇଶ ପ୍ରଦେଶ ଉପରେ ରାଜ୍ୟ କଲା।

2 ଏହି ଅକ୍ଷଶେ୍ୱରଶ ରାଜା ଶୂଶନ୍‍ ରାଜଧାନୀରେ ଆପଣା ରାଜ-ସିଂହାସନରେ ଉପବିଷ୍ଟ ହେଲା ଉତ୍ତାରେ,

3 ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲା; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।

4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍‍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲା।

5 ତହୁଁ ଏସବୁ ଦିନ ଗତ ହୁଅନ୍ତେ, ରାଜା ଶୂଶନ୍‍ ରାଜଧାନୀରେ ଉପସ୍ଥିତ ବଡ଼ ଓ ସାନ ସମସ୍ତ ଲୋକଙ୍କ ପାଇଁ ରାଜପୁରୀସ୍ଥ ଉଦ୍ୟାନର ପ୍ରାଙ୍ଗଣରେ ସାତ ଦିନ ପର୍ଯ୍ୟନ୍ତ ଭୋଜ କଲା।

6 ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମରପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।

7 ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାର ବଦାନ୍ୟତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।

8 ତହିଁରେ ବିଧାନାନୁସାରେ ପାନ କରାଗଲା; କେହି ବଳାତ୍କାର କରି ନ ପାରିଲା; କାରଣ ପ୍ରତ୍ୟେକ ଜଣକୁ ଆପଣା ଆପଣା ଇଚ୍ଛାନୁସାରେ କରିବାର ଅନୁମତି ଦେବା ପାଇଁ ରାଜା ଆପଣାର ଗୃହାଧ୍ୟକ୍ଷ ସମସ୍ତଙ୍କୁ ଆଜ୍ଞା ଦେଇଥିଲା।

9 ମଧ୍ୟ ବଷ୍ଟୀ ରାଣୀ ଅକ୍ଷଶେ୍ୱରଶର ରାଜଗୃହରେ ସ୍ତ୍ରୀମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲା।

10 ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍‍, ବିସ୍ଥା, ହର୍ବୋଣା, ବିଗ୍‍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶେ୍ୱରଶ ରାଜାର ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲା,

11 ତୁମ୍ଭେମାନେ ଲୋକମାନଙ୍କୁ ଓ ଅଧିପତିଗଣଙ୍କୁ ବଷ୍ଟୀ ରାଣୀର ସୌନ୍ଦର୍ଯ୍ୟ ଦେଖାଇବା ପାଇଁ ତାହାକୁ ରାଜମୁକୁଟରେ ଭୂଷିତା କରି ରାଜାଙ୍କ ଛାମୁକୁ ଆଣନ୍ତ ଯେଣୁ ସେ ପରମ ସୁନ୍ଦରୀ ଥିଲା।

12 ମାତ୍ର ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ରାଜାର କଥିତ ଆଜ୍ଞାରେ ଆସିବାକୁ ଅସମ୍ମତା ହେଲାନ୍ତ ଏଣୁ ରାଜା ଅତିଶୟ କ୍ରୋଧ କଲା ଓ ତାହାର ଅନ୍ତଃକରଣରେ କ୍ରୋଧାଗ୍ନି ପ୍ରଜ୍ୱଳିତ ହେଲା।

13 ଅନନ୍ତର ରାଜା କାଳଜ୍ଞ ବିଦ୍ୱାନ୍‍ବର୍ଗଙ୍କୁ ପଚାରିଲା, (କାରଣ ବ୍ୟବସ୍ଥା ଓ ରାଜନୀତିଜ୍ଞମାନଙ୍କୁ ଏରୂପ ପଚାରିବାର ରାଜାର ରୀତି ଥିଲା;

14 ଆଉ, (ଏହି ସମୟରେିଁ କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାର ନିକଟବର୍ତ୍ତୀ ଥିଲେନ୍ତ ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଥିଲେନ୍ତ ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାର ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେନ୍ତ)।

15 (ରାଜା ପଚାରିଲା) ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶେ୍ୱରଶ ରାଜାର ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାକୁ କଅଣ କରିବା?

16 ଏଥିରେ ମମୁଖନ୍‍ ରାଜାର ଓ ଅଧିପତିଗଣର ସାକ୍ଷାତରେ ଉତ୍ତର ଦେଲା, ବଷ୍ଟୀ ରାଣୀ କେବଳ ମହାରାଜଙ୍କ ପ୍ରତି ନୁହେଁ, ମାତ୍ର ଅକ୍ଷଶେ୍ୱରଶ ରାଜାଙ୍କ ଅଧୀନ ସମସ୍ତ ପ୍ରଦେଶର ଯାବତୀୟ ଅଧିପତି ଓ ଯାବତୀୟ ଲୋକଙ୍କ ପ୍ରତି ଅନୁଚିତ କର୍ମ କରିଅଛି।

17 କାରଣ ରାଣୀର ଏହି କର୍ମର କଥା ସକଳ ସ୍ତ୍ରୀଲୋକଙ୍କ ମଧ୍ୟରେ ବ୍ୟାପିଯିବ, ଆଉ ଅକ୍ଷଶେ୍ୱରଶ ରାଜା ବଷ୍ଟୀ ରାଣୀକି ଆପଣା ନିକଟକୁ ଆଣିବାକୁ ଆଜ୍ଞା ଦେଲେ, ମାତ୍ର ସେ ଆସିଲା ନାହିଁ; ଏହି ସମ୍ବାଦ ପାଇଲେ ସେମାନଙ୍କ ସାକ୍ଷାତରେ ସେମାନଙ୍କ ସ୍ୱାମୀମାନେ ତୁଚ୍ଛନୀୟ ହେବେ।

18 ଆଉ, ପାରସ୍ୟ ଓ ମାଦୀୟାର ଯେଉଁ କୁଳୀନା ସ୍ତ୍ରୀଗଣ ରାଣୀର ଏହି କର୍ମର ସମାଚାର ଆଜି ଶୁଣିଅଛନ୍ତି, ସେମାନେ ରାଜାର ସମସ୍ତ ଅଧିପତିଙ୍କି ଏରୂପ କହିବେ, ତହିଁରୁ ଅତିଶୟ ନିନ୍ଦା ଓ କ୍ରୋଧ ଉତ୍ପନ୍ନ ହେବ।

19 ଏନିମନ୍ତେ ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ବଷ୍ଟୀ ଅକ୍ଷଶେ୍ୱରଶ ରାଜା ନିକଟକୁ ଆଉ ନ ଆସିବାକୁ ରାଜାଜ୍ଞା ଶ୍ରୀଛାମୁରୁ ପ୍ରକାଶିତ ହେଉ; ପୁଣି, ଏହା ଅନ୍ୟଥା ନୋହିବା ପାଇଁ ପାରସିକ ଓ ମାଦୀୟ ବ୍ୟବସ୍ଥା ମଧ୍ୟରେ ଲିଖିତ ହେଉନ୍ତ ପୁଣି, ମହାରାଜ ତାହାର ରାଣୀପଦ ତାହାଠାରୁ ଉତ୍ତମା ଏକ ସ୍ତ୍ରୀକି ଦେଉନ୍ତୁ।

20 ଆହୁରି, ରାଜ୍ୟ ବୃହତ, ଏଣୁ ରାଜ୍ୟର ସବୁ ସ୍ଥାନରେ ଏହି ରାଜାଜ୍ଞା ପ୍ରକାଶିତ ହେଲେ, ସ୍ୱାମୀ କ୍ଷୁଦ୍ର ହେଉ କି ମହାନ ହେଉ, ସମସ୍ତ ଭାର୍ଯ୍ୟାମାନେ ଆପଣା ଆପଣା ସ୍ୱାମୀମାନଙ୍କୁ ମର୍ଯ୍ୟାଦା କରିବେ।

21 ଏହି କଥାରେ ରାଜା ଓ ଅଧିପତିଗଣ ସନ୍ତୁଷ୍ଟ ହୁଅନ୍ତେ, ରାଜା ମମୁଖନର ପରାମର୍ଶାନୁସାରେ କର୍ମ କଲା।

22 ତହୁଁ ସେ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ ରାଜାର ଅଧୀନ ପ୍ରତ୍ୟେକ ପ୍ରଦେଶକୁ ଏହିରୂପେ ପତ୍ର ପଠାଇଲା, ""ପ୍ରତ୍ୟେକ ପୁରୁଷ ଆପଣା ଆପଣା ଗୃହରେ କର୍ତ୍ତୃତ୍ୱ କରୁ ଓ ସ୍ୱଗୋଷ୍ଠୀୟ ଭାଷାନୁସାରେ ତାହା ପ୍ରଚାର କରୁ।''।