1 ଅନନ୍ତର ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।

2 ପୁଣି ସେ ସୁବର୍ଣ୍ଣ ଦ୍ୱାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।

3 ଅର୍ଥାତ୍‍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପ କର୍ମ ଦ୍ୱାରା ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।

4 ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେନ୍ତ ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।

5 ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।

6 ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣା- ଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।

7 ପୁଣି ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।

8 ଅନନ୍ତର ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।

9 ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍‍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।

10 ପୁଣି, ତାହା ଚାରି ପଂକ୍ତି ମଣିରେ ଖଚିତ କଲେ; ତହିଁର ପ୍ରଥମ ପଂକ୍ତିରେ ଚୁଣି ଓ ପୀତମଣି ଓ ମରକତ,

11 ଦ୍ୱିତୀୟ ପଂକ୍ତିରେ ପଦ୍ମରାଗ ଓ ନୀଳକାନ୍ତ ଓ ହୀରକ,

12 ତୃତୀୟ ପଂକ୍ତିରେ ପେରୋଜ ଓ ଯିସ୍ମ ଓ କଟାହେଳା,

13 ପୁଣି ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲାନ୍ତ ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।

14 ପୁଣି ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।

15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।

16 ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।

17 ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।

18 ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।

19 ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।

20 ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।

21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେନ୍ତ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।

22 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳ ବର୍ଣ୍ଣ କଲେ।

23 ସେହି ଚୋଗା ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶନ୍ୟାୟ ଛିଦ୍ର ଥିଲାନ୍ତ ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା।

24 ପୁଣି ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।

25 ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;

26 ଅର୍ଥାତ୍‍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରୁ ଏକ ଡାଳିମ୍ବ, ଏହିରୂପେ କଲେ।

27 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା।

28 ଓ ଶୁଭ୍ର କ୍ଷୌମସୂତ୍ରନିର୍ମିତ ପାଗ ଓ ଶୁଭ୍ର କ୍ଷୌମସୂତ୍ରନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।

29 ଆଉ ବଳା ଶୁଭ୍ର କ୍ଷୋମ ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।

30 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ ""ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର'' ଏହା ଲେଖିଲେ।

31 ପୁଣି ଉର୍ଦ୍ଧରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।

32 ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲାନ୍ତ ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।

33 ଅନନ୍ତର ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଘୁଣ୍ଡି, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;

34 ପୁଣି ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର;

35 ସାକ୍ଷ୍ୟସିନ୍ଦୁକ ଓ ତହିଁର ସାଙ୍ଗୀ ଓ ପାପାଚ୍ଛାଦନ।

36 ମେଜ, ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୋଟୀ,

37 ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;

38 ଆଉ ସ୍ୱର୍ଣ୍ଣମୟ ବେଦି ଓ ଅଭିଷେକାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧିଦ୍ରବ୍ୟ ଓ ତମ୍ବୁ-ଦ୍ୱାରର ଆଚ୍ଛାଦନବସ୍ତ୍ରନ୍ତ।

39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ,ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି;

40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନବସ୍ତ୍ର, ତହିଁର ରଜ୍ଜ୍ୱୁ ଓ ମେଖ ଓ ସମାଗମ- ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟସମ୍ବନ୍ଧୀୟ ସକଳ ପାତ୍ରନ୍ତ।

41 ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,

42 ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।

43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତିନ୍ତ ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେନ୍ତ ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।