1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ ।
2 ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେନ୍ତ ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ।
3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ ।
4 ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ ।
5 ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା ।
6 ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ଼୍ଗ ପଡ଼ିବ, ତାହାର ଅର୍ଗଳସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ ।
7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛିନ୍ତ ଲୋକମାନେ ଊର୍ଦ୍ଧ୍ବସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ହେଁ କେହି ତାହାଙ୍କର ପ୍ରଶଂସା କରେ ନାହିଁ ।
8 ହେ ଇଫ୍ରୟିମ, ଆମ୍ଭେ କିରୂପେ ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିରୂପେ ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିରୂପେ ତୁମ୍ଭକୁ ଅଦ୍ମାର ତୁଲ୍ୟ କରିବା ? ଆମ୍ଭେ କିରୂପେ ତୁମ୍ଭକୁ ସବୋୟିମର ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି ।
9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁନ୍ତ କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ ।
10 ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ସେ ସିଂହ ତୁଲ୍ୟ ଗର୍ଜନ କରିବେ, ଆଉ ସେ ଗର୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ ।
11 ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି ।