1 ପରମେଶ୍ୱରଙ୍କ ଜାତିଗଣର ବିଚାର କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,
2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।
4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।
5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ।
6 ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ।
7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା।
8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେନ୍ତ କାରଣ ସଦାପ୍ରଭୁ ଏହା କହିଅଛନ୍ତି।
9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କରନ୍ତ ଯୁଦ୍ଧ ଆୟୋଜନ କରନ୍ତ ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।
10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ।
11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କରନ୍ତ ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ।
12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।
13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛିନ୍ତ ତୁମ୍ଭେମାନେ ଆସି ଦଳନ କରନ୍ତ କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛିନ୍ତ କାରଣ ସେମାନଙ୍କର ଦୁଷ୍ଟତା ବଡ଼।
14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।
15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ୱରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ୱରୂପ ହେବେ।
17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।
18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେନ୍ତ ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।
19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।
21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବାନ୍ତ କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି।