1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେନ୍ତ କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା।
2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କରନ୍ତ ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେନ୍ତ ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?
4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।
5 ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।
6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।
7 ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
8 ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେନ୍ତ ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର?
9 ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବାନ୍ତ କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମନ୍ତ ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତନ୍ତ ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତିନ୍ତ ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।
11 ତହିଁରେ ସେଠାରୁ ଦାନ ଗୋଷ୍ଠୀୟ ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରୀୟ ଓ ଇଷ୍ଟାୟୋଲ୍ରୁ ଯାତ୍ରା କଲେ।
12 ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେନ୍ତ ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତିନ୍ତ ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି।
13 ଏ ଉତ୍ତାରେ ସେମାନେ ସେଠାରୁ ଇଫ୍ରିୟମ- ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ'ଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।
15 ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ।
16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର ପ୍ରବେଶ-ସ୍ଥାନରେ ଛିଡ଼ା ହୋଇ ରହିଲେ।
17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେନ୍ତ ସେ ସମୟରେ ଯାଜକ ଦ୍ୱାରପ୍ରବେଶସ୍ଥାନେ ର ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
18 ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଳା ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, ତୁମ୍ଭେମାନେ କଅଣ କରୁଅଛ?
19 ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅନ୍ତ ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?
20 ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
21 ଏ ଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
23 ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?
24 ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା?
25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭ ଉପରେ ପଡ଼ିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।
26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେନ୍ତ ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା।
27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ଼୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନ୍ଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲାନ୍ତ ଆଉ ତାହା ବୈଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେନ୍ତ ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେନ୍ତ ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
31 ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।