1 ଅନନ୍ତର ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ପ୍ରଭାତରେ ଉଠି ହାରୋଦ ନିର୍ଝର ନିକଟରେ ଛାଉଣି କଲେ; ସେ ସମୟରେ ମିଦୀୟନର ଛାଉଣି ସେମାନଙ୍କ ଉତ୍ତର ଆଡ଼େ ମୋରି ପର୍ବତ ନିକଟସ୍ଥ ତଳଭୂମିରେ ଥିଲା।
2 ଏ ଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁନ୍ତ କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ପ୍ରତିକୂଳରେ ଦର୍ପ କରିବ।
3 ଏଣୁ ଏବେ ଏହା କର, ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।
4 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତଥାପି ବହୁତ ଲୋକ ଅଛନ୍ତି; ସେମାନଙ୍କୁ ଜଳ ନିକଟକୁ ଆଣ, ସେଠାରେ ଆମ୍ଭେ ତୁମ୍ଭ ନିମନ୍ତେ ସେମାନଙ୍କୁ ପରୀକ୍ଷା କରିବାନ୍ତ ତହିଁରେ ଆମ୍ଭେ ଯାହା ବିଷୟରେ ତୁମ୍ଭକୁ କହିବା, ଏ ତୁମ୍ଭ ସଙ୍ଗରେ ଯିବ, ସେ ତୁମ୍ଭ ସଙ୍ଗରେ ଯିବନ୍ତ ପୁଣି ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିବା,ଏ ତୁମ୍ଭ ସଙ୍ଗରେ ଯିବ ନାହିଁ, ସେ ଯିବ ନାହିଁ।
5 ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ୍ କର।
6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେନ୍ତ ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।
7 ତହୁଁ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବାନ୍ତ ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲି ଯାଆନ୍ତୁ।
8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେନ୍ତ ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା।
9 ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକି ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ।
10 ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକି ଓହ୍ଲାଇ ଯାଅ।
11 ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକି ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
12 ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେନ୍ତ ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।
13 ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ-ରୋଟୀ ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।
14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ଼୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।
15 ସେତେବେଳେ ଗିଦିୟୋନ୍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେନ୍ତ ପୁଣି ସେ ଇସ୍ରାଏଲ ଛାଉଣିକି ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।
16 ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ।
17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ' ପ୍ରତି ଦୃଷ୍ଟି ରଖି ମୋ' ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ହିଁ ସେରୂପ କରିବ।
18 ଯେତେବେଳେ ମୁଁ ଓ ଆମ୍ଭ ସଙ୍ଗୀ ସମସ୍ତେ ତୂରୀ ବଜାଇବୁ, ସେତେବେଳେ ତୁମ୍ଭେମାନେ ମଧ୍ୟ ସମୁଦାୟ ଛାଉଣିର ଚାରିଆଡ଼େ ତୂରୀ ବଜାଅ ଓ କୁହ, (ଖଡ଼୍ଗ) ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।
19 ଅନନ୍ତର ମଧ୍ୟାହ୍ନ-ପ୍ରହରର ଆରମ୍ଭରେ ମିଦୀୟନୀୟମାନେ ନୂତନ ପ୍ରହରୀ ସ୍ଥାପନ କରନ୍ତେ, ଗିଦିୟୋନ୍ ଓ ତାଙ୍କର ସଙ୍ଗୀ ଏକ ଶହ ଲୋକ ଛାଉଣିର ବାହାରସ୍ଥ ସୀମା- ପ୍ରାନ୍ତରେ ଉପସ୍ଥିତ ହେଲେ; ପୁଣି ସେମାନେ ତୂରୀ ବଜାଇ ସେମାନଙ୍କ ହସ୍ତରେ ଥିବା କଳଶ କଚାଡ଼ି ଭାଙ୍ଗି ପକାଇଲେ।
20 ଏରୂପେ ତିନିଦଳସ୍ଥ ଲୋକ ତୂରୀ ବଜାଇଲେ ଓ କଳଶ ଭାଙ୍ଗିଲେ, ପୁଣି ବାମ ହସ୍ତରେ ଦିହୁଡ଼ି ଓ ଦକ୍ଷିଣ ହସ୍ତରେ ବଜାଇବା ତୂରୀ ଧରିଲେ ଓ ସେମାନେ ଡାକ ପକାଇ କହିଲେ, ଖଡ଼୍ଗ, ସଦାପ୍ରଭୁଙ୍କ ପକ୍ଷ ଓ ଗିଦିୟୋନ୍ଙ୍କର ପକ୍ଷ।
21 ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେନ୍ତ ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେନ୍ତ ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।
22 ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ଼୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବୈଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।
23 ଏଉତ୍ତାରେ ନପ୍ତାଲି ଓ ଆଶେର୍ ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।
24 ପୁଣି ଗିଦିୟୋନ୍ ଇଫ୍ରୟିମର ପର୍ବତମୟ ସମସ୍ତ ଦେଶର ଚାରିଆଡ଼େ ଏହି କଥା କହିବାକୁ ଦୂତ ପଠାଇଲେ, ମିଦୀୟନ ପ୍ରତିକୂଳରେ ଓହ୍ଲାଇ ଆସ ଓ ସେମାନଙ୍କ ଆଗେ ବୈଥ୍-ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କରନ୍ତ ତହିଁରେ ଇଫ୍ରୟିମର ସମସ୍ତ ଲୋକ ଏକତ୍ରିତ ହୋଇ ବୈଥ୍ବାରା ପର୍ଯ୍ୟନ୍ତ ସମସ୍ତ ଜଳ, ମଧ୍ୟ ଯର୍ଦ୍ଦନ ହସ୍ତଗତ କଲେ।
25 ଏଥିରେ ସେମାନେ ଓରେବ୍ ଓ ସେବ୍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍କୁ ଓରେବ୍-ଶୈଳ ନିକଟରେ ବଧ କଲେ, ଆଉ ସେବ୍କୁ ସେମାନେ ସେବ୍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେନ୍ତ ପୁଣି ସେମାନେ ଓରେବ୍ ଓ ସେବ୍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍ଙ୍କ ନିକଟକୁ ଆଣିଲେ।