1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2 କେହି ଯେବେ ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରେ, ଅର୍ଥାତ୍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ।
3 କିଅବା ହଜାଦ୍ରବ୍ୟ ପାଇ ତଦ୍ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ।
4 ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
5 ଅବା ଯେକୌଣସି ବିଷୟରେ ମିଥ୍ୟା-ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବନ୍ତ ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ଦ୍ରବ୍ୟ- ସ୍ୱାମୀକି ତାହା ଦେବ।
6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ ତୁମ୍ଭର ନିରୂପିତ ମୂଲ୍ୟାନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।
7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।
8 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
9 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହିନ୍ତ ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।
10 ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବନ୍ତ ଆଉ ସେ ବେଦି ଉପରେ ଅଗ୍ନି-ଦଗ୍ଧ ହୋମବଳିର ଭସ୍ମ ତୋଳି ବେଦି ପାର୍ଶ୍ୱରେରଖିବ।
11 ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ।
12 ମାତ୍ର ବେଦିର ଉପରିସ୍ଥିତ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ନିର୍ବାଣ ହେବ ନାହିଁ ଯାଜକ ପ୍ରତି ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
13 ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, କଦାପି ନିର୍ବାଣ ହେବ ନାହିଁ।
14 ଆଉ ଭକ୍ଷ୍ୟ-ନୈବେଦ୍ୟର ବ୍ୟବସ୍ଥା ଏହି ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।
15 ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ- ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ- ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।
16 ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ ସେମାନେ ସମାଗମ- ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
17 ତାଡ଼ି ସହିତ ତାହା ପାକ କରାଯିବ ନାହିଁ ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।
18 ହାରୋଣର ସନ୍ତାନଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେନ୍ତ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାରରୁ ଏହା ଗ୍ରହଣ କରିବା, ପୁରୁଷାନୁକ୍ରମରେ ତୁମ୍ଭମାନଙ୍କର ଅନନ୍ତକାଳୀନ ଅଧିକାର ଯେକେହି ତାହା ସ୍ପର୍ଶ କରେ, ସେ ପବିତ୍ର ହେବ।
19 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
20 ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି ସେମାନେ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।
21 ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ସିକ୍ତ ହେଲେ ତୁମ୍ଭେ ତାହା ଭିତରକୁ ଆଣିବ ସେହି ଭକ୍ଷ୍ୟ- ନୈବେଦ୍ୟର ଖଣ୍ଡ ଖଣ୍ଡ ପକ୍ୱାନ୍ନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
22 ଏଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ।
23 ଅର୍ଥାତ୍, ଯାଜକର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ସମ୍ପୂର୍ଣ୍ଣ ରୂପେ ଦଗ୍ଧ ହେବ ତାହା ଭୋଜନ କରାଯିବ ନାହିଁ।
24 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବନ୍ତ ତାହା ମହାପବିତ୍ର।
26 ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବନ୍ତ ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
27 ଯେ କିଛି ତହିଁର ମାଂସ ସ୍ପର୍ଶ କରେ, ତାହା ପବିତ୍ର ହେବ ପୁଣି ଯେବେ କୌଣସି ବସ୍ତ୍ରରେ ତହିଁର ରକ୍ତର ଛିଟା ପଡ଼େନ୍ତ ତେବେ ତୁମ୍ଭେ ସେହି ରକ୍ତସେଚିତ ବସ୍ତ୍ର ପବିତ୍ର ସ୍ଥାନରେ ଧୌତ କରିବ।
28 ମାତ୍ର ଯେଉଁ ମୃତ୍ତିକାପାତ୍ରରେ ତାହା ପାକ ହୁଏ, ତାହା ଭଙ୍ଗା ଯିବ ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ, ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ।
29 ଯାଜକଗଣ ମଧ୍ୟରେ ସମସ୍ତ ପୁରୁଷ ତାହା ଭୋଜନ କରିବେ ତାହା ମହାପବିତ୍ର।
30 ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ ତାହା ଅଗ୍ନିରେ ଦଗ୍ଧ ହେବ।