1 ଆଉ ଦୋଷାର୍ଥକ ବଳିର ବ୍ୟବସ୍ଥା ଏହିନ୍ତ ତାହା ମହାପବିତ୍ର।
2 ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ପ୍ରୋକ୍ଷଣ କରିବ।
3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ ଓ ଅନ୍ତ୍ରାଚ୍ଛାଦକ ମେଦ ଓ ଦୁଇ ଗୁରୁଦା।
4 ଓ ତହିଁ ଉପରିସ୍ଥିତ ପାଶ୍ୱର୍ସ୍ଥ ମେଦ ଓ ଦୁଇ ଗୁରୁଦା ସହିତ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ନେଇ ଉତ୍ସର୍ଗ କରିବ।
5 ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ ଏହା ଦୋଷାର୍ଥକ ବଳି।
6 ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେନ୍ତ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ ତାହା ମହାପବିତ୍ର।
7 ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯେଉଁ ଯାଜକ ତଦ୍ଦ୍ୱାରା ପ୍ରାୟଶ୍ଚିତ୍ତ କରଇ, ତାହା ତାହାରି ହେବ ଦୁଇର ବ୍ୟବସ୍ଥା ଏକ।
8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସୃଷ୍ଟ ହୋମବଳିର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
9 ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ପକ୍ୱ ଯେତେ ଭକ୍ଷ୍ୟ-ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ।
10 ମାତ୍ର ତୈଳମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ-ନୈବେଦ୍ୟ ସବୁ ହାରୋଣର ପୁତ୍ରଗଣ ମଧ୍ୟରେ ଯେପରି ଏକର, ସେପରି ଅନ୍ୟର ହେବ।
11 ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସୃଷ୍ଟ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
12 କେହି ଯେବେ ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ୱପିଠା ଉତ୍ସର୍ଗ କରିବ।
13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୋଟୀର ପିଠା ଦେଇ ଆପଣା ଉପହାର ଆଣିବ।
14 ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କରେ, ତାହା ତାହାରି ହେବ।
15 ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
16 ମାତ୍ର ଯେବେ ସେହି ଉପହାର ବଳି ତାହାର ମାନତ ବା ସ୍ବେଚ୍ଛାଦତ୍ତ ଉପହାର ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
17 ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
18 ଯେବେ ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରଇ, ସେ ଆପଣା ଅପରାଧ ବହିବ।
19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ ତାହା ଅଗ୍ନିରେ ଦଗ୍ଧ ହେବ ଆଉ, ପ୍ରତ୍ୟେକ ଶୁଚି ଲୋକ ସେହି ମାଂସ ଭୋଜନ କରିବ।
20 ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରଇ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
21 ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍, ମନୁଷ୍ୟର ଅଶୌଚ, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରଇ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
22 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ।
23 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।
24 ପୁଣି ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ପଶୁର ମେଦ ଅନ୍ୟ କୌଣସି କାର୍ଯ୍ୟରେ ବ୍ୟବହାର କରାଯାଇ- ପାରେ ମାତ୍ର ତୁମ୍ଭେମାନେ କୌଣସିମତେ ତାହା ଭୋଜନ କରିବ ନାହିଁ।
25 କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରଇ ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
26 ପୁଣି, ତୁମ୍ଭମାନଙ୍କର କୌଣସି ବାସସ୍ଥାନରେ ତୁମ୍ଭେମାନେ କୌଣସି ପକ୍ଷୀର କି ପଶୁର ରକ୍ତ ଭୋଜନ କରିବ ନାହିଁ।
27 ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
28 ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲସନ୍ତାନଗଣକୁ କୁହ,
29 ଯେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
30 ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
31 ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
32 ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
33 ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।
34 ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
35 ଯେଉଁ ଦିନ ସେ ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲା, ସେହି ଦିନାବଧି ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ-ଅଂଶ।
36 ସେ ସେମାନଙ୍କୁ ଅଭିଷେକ କରିବା ଦିନ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣଠାରୁ ତାହା ଦତ୍ତ ହେବା ନିମନ୍ତେ ଆଜ୍ଞା ଦେଲେ ତାହା ସେମାନଙ୍କର ପୁରୁଷାନୁକ୍ରମେ ଅନନ୍ତକାଳୀନ ଦେୟ।
37 ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଓ ପଦନିଯୋଗାର୍ଥକନ୍ତ ପୁଣି ମଙ୍ଗଳାର୍ଥକ ବଳିର ଏହି ବ୍ୟବସ୍ଥା।
38 ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।