1 ଆଉ, କାରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶ୍ରବଣ କରିବା ନିମନ୍ତେ ତାହାଙ୍କ ନିକଟକୁ ଆସୁଥିଲେ।

2 ସେଥିରେ ଫାରୁଶୀମାନେ ଓ ସସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କଲେ ଓ ସେମାନଙ୍କ ସହିତ ଭୋଜନ କରେ!

3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,

4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ ତେବେ ସେ ଅନେଶ୍ୱତଙ୍କୁ ପ୍ରନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ।

5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,

6 ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଜେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।

7 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ୱେତ ଧାର୍ମିକ ଲୋକମାନଙ୍କୁ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପିର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।

8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପଇଁବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ।

9 ପୁଣି ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି କହେ, ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି।

10 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ଆନନ୍ଦ ହୁଏ।

11 ସେ ଆହୁରି କହିଲେ, ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲା।

12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ବାଣ୍ଟରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସର୍ବସ୍ୱ ସେମାନଙ୍କୁ ବାଣ୍ଟିଦେଲେ।

13 ଅଳ୍ପ ଦିନ ଉତ୍ତାରେ ସାନ ପୁଆ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲେ।

14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।

15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା କ୍ଷେତକୁ ପଠାଇଲେ;

16 ପୁଣି ଘୁଶୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲେ, କିନ୍ତୁ କେହି ତାହାକୁ ଦେଉ ନ ଥିଲେ।

17 ମାତ୍ରା ସେ ଚେତନା ପାଇଁ କହିଲେ, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।

18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;

19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ।

20 . ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତିସ୍ନେହରେ ଚୁମ୍ବନ ଦେଲେ।

21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।

22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,

23 ପୁଣି ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,

24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।

25 ସେତେବେଳେ ତାହାଙ୍କ ବଡ଼ ପୁଆ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବଲ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,

26 ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।

27 ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ବାଛୁରିଟିଏ ମାରିଅଛନ୍ତି।

28 ସେଥିରେ ସେ ରାଗିଯାଇ ଭିତରକୁ ଯିବା ପାଇଁ ମଙ୍ଗିଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।

29 ମାତ୍ରା ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଗୋଲାମ ପରି ଖଟିଆସିଅଛି, ପୁଣି କେବେ ହେଲେ ତୁମ୍ଭର ଆଜ୍ଞା ଲଘଂନ କରି ନାହଁ, ତଥାପି ମୋର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେ କେଲେ ଛେଳିଛୁଆଟିଏ ସୁଦ୍ଧା ଦେଇ ନାହଁ;

30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସର୍ବସ୍ୱ ଖାଇ ଉଡ଼ାଇଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ମୋଟ ବାଛୁରିଟି ମାରିଲ।

31 ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;

32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା।