1 ସେ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରସାଦ !
2 ସେଥିରେ ଯୀଶୁ ତହାଙ୍କୁ କହିଲେ, ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରସାଦ ଦେଖୁଅଛ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତହିଁ ଭୂମିସାତ୍ ହେବ |।
3 ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,
4 ପୁଣି ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ |।
5 ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ |।
6 ଅନେକେ ମୋ ନାମରେ ଆସି, ମୁଁ ସେ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ |।
7 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ |।
8 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ଓଉନୀ ସ୍ଥାନେ ସ୍ଥାନେ ଭୁମିକମ୍ଫ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର |।
9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ |।
10 ପୁଣି ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ |।
11 ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ଦଣ୍ଡରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ରା ପବିତ୍ର ଆତ୍ମା ବକ୍ତା ଅଟନ୍ତି |।
12 ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି ସନ୍ତାନ ମାନେ ପିତା ମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
13 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ରଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ |।
14 କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ ( ପାଠକ ବୁଝନ୍ତୁ ), ସେତେବେଳେ ଯେଉଁମାନେ ଜିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;
15 ଯେ ଛାତ ଉପରେ ଥାଏ, ସେ ଆପଣା ଘରୁ କୌଣସି ପଦାର୍ଥ ଘେନିଯିବା ପାଇଁ ଓହ୍ଲାଇ ନ ଆସୁ ବା ଭିତରକୁ ନ ଯାଉ;
16 ପୁଣି ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ଘେନିଯିବା ପାଇଁ ଲେଉଟି ନ ଯାଉ |।
17 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର !
18 କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର |।
19 କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି କେବେହେଁ ଘଟିବା ନାହିଁ |।
20 ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ଉକ୍ତ ସମୟ ଊଣା କରିଅଛନ୍ତି |।
21 ସେତେବେଳେଦେଖ, ଖ୍ରୀଷ୍ଟ ଏଠାରେ' କିବାଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କରିବ ନାହିଁ |।
22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ |।
23 କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କ ସମସ୍ତ ବିଷୟ ଜଣାଇଲି |।
24 ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବା ନାହିଁ,
25 ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ |।
26 ସେତେବେଳେ ଲୋକେ ମନୁଷ୍ୟପୁତ୍ର ମହାପରାକ୍ରମରେ ଓ ମହାମହିମ ସହ ମେଘମାଳାରେ ଆଗମନ କରିବା ଦେଖିବେ |।
27 ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ |।
28 ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
29 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟନା ଦେଖିଲେ ସେ ଦ୍ୱାରରେ ସନ୍ନିକଟ, ଏହା ଜାଣ |।
30 ମୁଁ ତୁମ୍ଭେମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ |।
31 ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ ଲୋପ ପାଇବ ନାହିଁ |।
32 କିନ୍ତୁ ସେହି ଦିନ କି ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି |।
33 ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ |।
34 ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରୀକି ମଧ୍ୟ ଜାଗିରହିବାକୁ ଆଜ୍ଞା ଦେଇଅଛନ୍ତି |।
35 ଅତଏବ କାଳେ ଗୃହକର୍ତ୍ତା ଅକସ୍ମାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
36 ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ,ତାହା ତୁମ୍ଭେମାନେ ଜାଣ ନାହିଁ |।
37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ |।