1 ପରେ ସେ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ | ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା |।

2 ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି |।

3 ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ସେ କହିଲେ, ଆସ, ମଝିରେ ଠିଆ ହୁଅ |।

4 ପୁଣି, ସେ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ ଭଲ କରିବା ନା ମନ୍ଦ କରିବା ପ୍ରାଣ ରକ୍ଷା କରିବା ନା ବିନାଶ କରିବା କିନ୍ତୁ ସେମାନେ ନିରୁତ୍ତର ହୋଇରହିଲେ |।

5 ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟି ପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ | ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା |।

6 ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ |।

7 ଏଥିରେ ଜିଅହୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀର ମହାଜନତା ତାହାଙ୍କର ପଶ୍ଚାତ୍ ଗମନ କଲେ; ଆଉ ଜିହୂଦା,

8 ଯିରୁଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ୱ, ପୁଣି ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ |।

9 ସେତେବେଳେ ଭୀଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ନାହା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ;

10 କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ |।

11 ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର |।

12 ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ |।

13 ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ |।

14 ପୁଣି, ସେ ଦ୍ୱାଦଶଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ,

15 ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ |।

16 ସେ ଏହି ଦ୍ୱାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ |।

17 ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭ୍ରାତା ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;

18 ଆନ୍ଦ୍ରିୟ, ଫିଲିପ, ବାର୍ଥଲମୀ, ମାଥିଉ, ଥୋମ, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,

19 ପୁଣି ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା |।

20 ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ |।

21 ତାହାଙ୍କ ଆତ୍ମିୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରିଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି |।

22 ଆଉ, ଯିରୁଶାଲମରୁଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଆଲ୍ ଜିବୂଲ୍ ଲାଗିଛି, ପୁଣି ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ |।

23 ଏଥିରେ ସେ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛାଡ଼ାଇ ପାରେ।

24 ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହିପାରେ ନାହିଁ |।

25 ପୁଣି, ଯଦି କୌଣସି ଗୃହ ବିଭକ୍ତ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ |।

26 ସେହିପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି |।

27 ମାତ୍ର କେହି ପ୍ରଥମେ ବଲବାନ୍ ଲୋକକୁ ନ ବନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲଣ୍ଠନ କରିବ |।

28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନଙ୍କ ଯେତେ ନିନ୍ଦାକଥା କହି ଈଶ୍ୱରନିନ୍ଦା କରନ୍ତି, ସେସମସ୍ତ କ୍ଷମା କରାଯିବ;

29 କିନ୍ତୁ ଯେ କେହି ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ |।

30 ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ |।

31 ସେତେବେଳେ ତାହାଙ୍କ ମା ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇପଠାଇଲେ |।

32 ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି |।

33 ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ମା ଓ ଭାଇମାନେ କିଏ।

34 ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ |।

35 ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା |।