1 ପରେ ସେମାନେ ସମୁଦ୍ରର ପରପାରସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ |।

2 ସେ ନୌକାରୁ ଓହ୍ଲାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା |।

3 ସେ ସମାଧିସ୍ଥାନରେ ବାସ କରୁଥିଲା, ପୁଣି କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାଦ୍ଧି ପାରୁ ନ ଥିଲେ,

4 କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗିପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା |।

5 ସେ ଦିନରାତି ସବୁବେଳେ ସମାଧିସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା |।

6 ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,

7 ଆଉ ଉଚ୍ଚ ସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ |।

8 କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ଆରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା |।

9 ଆଉ ସେ ତାହାକୁ ପଚାରିଲେ, ତୋର ନାଁ କଅଣ ସେ ତାହାକୁ କହିଲା, ମୋର ନାଁ ବାହିନୀ, ତେଣୁ ଆମେ ଅନେକ |।

10 ପୁଣି ସେ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା |।

11 ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା |।

12 ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ |।

13 ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ିମଲେ | ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା |।

14 ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ |।

15 ପୁଣି ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୁର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ |।

16 ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ |।

17 ସେଥିରେ ସେମାନେ ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ |।

18 ପରେ ସେ ନୌକାରେ ଚଡ଼ିବା ସମୟରେ, ଯେଉଁ ଲୋକକୁ ପୁର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁ ଥର ବିନତି କଲା |।

19 କିନ୍ତୁ ସେ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ |।

20 ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ କେଦାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ ହେଲେ |।

21 ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ |।

22 ସେତେବେଳେ ସମାଜଗୃହର ଅଧ୍ୟକ୍ଷ୍ୟ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,

23 ପୁଣି ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ |।

24 ଏଥିରେ ସେ ତାହାଙ୍କସାଙ୍ଗରେ ଗଲେ, ପୁଣି ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ |।

25 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦରରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,

26 ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,

27 ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଲ ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;

28 କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି |।

29 ସେହିକ୍ଷଣି ତାହାର ରକ୍ତସ୍ରାବ ଶୁଷ୍କ ହେଲା, ପୁଣି ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଦେହରେ ଅନୁଭବ କଲା |।

30 ତତ୍ କ୍ଷଣାତ୍ ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଲ ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା।

31 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା।

32 କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚତୁର୍ଦ୍ଦିଗରେ ଦୃଷ୍ଟିପାତ କରିବାକୁ ଲାଗିଲେ |।

33 ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା |।

34 ତହିଁରେ ସେ ତାହାକୁ କହିଲେ, ବତ୍ସ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା |।

35 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି।

36 କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁନିଲୟ ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର |।

37 ପୁଣି ସେ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ |।

38 ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ ଦେଖିଲେ,

39 ପୁଣି ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ ପିଲାଟି ମରି ନାହିଁ, ମାତ୍ରା ଶୋଇପଡ଼ିଅଛି | ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ |।

40 କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମା ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,

41 ଆଉ ପିଲାର ହାତ ଧରି ତାହାକୁ କହିଲେ,ଟଲିଥା କୁମ୍, ଅର୍ଥାତ୍ ଆଗୋ ବାଲିକା, ମୁଁ ତତେ କହୁଅଛି ଉଠ୍ |।

42 ସେହି ବାଲିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା | ଏଥିରେ ସେମାନେ ଅତିଶୟ ଆଚମ୍ବିତ ହୋଇଗଲେ |।

43 ପୁଣି କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ |।