1 ସେ ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ |।

2 ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା ପୁଣି ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି,

3 ଏସବୁ ବା କଅଣ ଏ କି ସେହି ବଢ଼େଇ ନୁହେଁ ଏ କି ମରିୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ ପୁଣି ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ |।

4 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକନଗର, ସ୍ୱଜ୍ଞାତି ଓ ସ୍ୱପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ |।

5 ପୁଣି ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ଶକ୍ତିର କାର୍ଯ୍ୟ କରି ପାରିଲେ ନାହିଁ |।

6 ପୁଣି ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ |।

7 ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ | ଇତିମଧ୍ୟରେ ସେ ଦ୍ୱାଦଶଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,

8 ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୋଟୀ କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;

9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ |।

10 ପୁଣି ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେ କୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ |।

11 ମାତ୍ରା ଯେ କୌଣସି ସ୍ଥାନରେ ଲୋକମାନେ ତୁମ୍ଭମାନଙ୍କୁ ଗ୍ରହଣ କରବେ ନାହିଁ, ବା ତୁମ୍ଭମାନଙ୍କ କଥା ଶୁଣିବେ ନାହିଁ, ସେ ସ୍ଥାନରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦଧୂଳି ଝାଡି଼ଦିଅ |।

12 ସେଥିରେ ସେମାନେ ପ୍ରସ୍ଥାନ କରି ମାନ ପରିବର୍ତ୍ତନ କରିବା ଯେ କର୍ତ୍ତବ୍ୟ, ଏହା ପ୍ରଚାର କଲେ,

13 ପୁଣି ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତେଲ ଲଗାଇ ସୁସ୍ଥ କଲେ |।

14 ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାସେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି |।

15 କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲିୟ; ପୁଣି ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ |।

16 କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁଁ, ସେ ଉଠିଅଛନ୍ତି |।

17 ଯେଣୁ ହେରୋଦ ଆପଣା ଭ୍ରାତା ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ |।

18 କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ |।

19 ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁନଥିଲେ;

20 କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହବଲବ୍ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ |।

21 ପରେ ସୁଯୋଗର ଦିନ ଉପସ୍ଥିତ ହେଲା | ହେରୋଦ ଆପଣା ଜନ୍ମଦିନରେ ପାତ୍ରମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲୀଲୀର ବିଶିଷ୍ଟ ବ୍ୟକ୍ତି ମାନଙ୍କ ନିମନ୍ତେ ରାତ୍ରୀ ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;

22 ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟୁ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା | ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା |।

23 ପୁଣି ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହାକିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା |।

24 ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି ସେ କହିଲେ ବାପ୍ତିଜକ ଯୋହନର ମସ୍ତକ |।

25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ |।

26 ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତି ମାନଙ୍କ ହେତୁ ନାସ୍ତି କରିବାକୁ ଇଚ୍ଛା କଲେ ନାହିଁ |।

27 ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ | ସେଥିରେ ସେ ଯାଇ ବନ୍ଦିଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,

28 ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି ବାଲିକା ତାହା ଘେନି ନିଜ ମାତାଙ୍କୁ ଦେଲା |।

29 ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ |।

30 ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ |।

31 ସେଥିର ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅନ୍ତର ହୋଇ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର | କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା |।

32 ତହିଁରେ ସେମାନେ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ବାହାରି ଗଲେ |।

33 କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ |।

34 ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ |।

35 ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜ୍ଜନ, ପୁଣି ବହୁତ ବେଳ ହେଲାଣି;

36 ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥି ନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ |।

37 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ |ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଶଏ ଟଙ୍କାର ରୋଟୀ କିଣି ଏମାନଙ୍କୁ ଭୋଜନ କରାଇବା।

38 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି ଯାଇ ଦେଖ | ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚଟି, ପୁଣି ଦୁଇଟି ମାଛ |।

39 ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ |।

40 ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ |।

41 ପରେ ସେ ସେହି ପାଞ୍ଚଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗୀ ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ | ପୁଣି ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ |।

42 ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,

43 ଆଉ ସେମାନେ ଭଙ୍ଗା ରୋଟୀ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ |।

44 ରୋଟୀ ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ |।

45 ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍ ସାଇଦା ଆଡ଼କୁ ଅପର ପାରିକି ଆଗକୁ ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ |।

46 ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ସେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ |।

47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ |।

48 ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ |।

49 କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବୀ ଚିତ୍କାର କଲେ,

50 କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‌ବିଗ୍ନ ହୋଇଥିଲେ | ମାତ୍ରା ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ |।

51 ପୁଣି ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା | ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ବିତ ହେଲେ,

52 କାରଣ ରୋଟୀର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା |।

53 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ |।

54 ଆଉ ସେମାନେ ନୌକାରୁ ଓହ୍ଲାନ୍ତେ ଲୋକମାନେ ସେହିକ୍ଷଣି ତାହାଙ୍କୁ ଚିହ୍ନି।

55 ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ |।

56 ପୁଣି ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହି ସବୁ ସ୍ଥାନର ହାଟବଜାରମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ |।