1 ସେତେବେଳେ ଶିଶ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ।

2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,

3 ମୁଁ ତୁମ୍ଭମାନଙ୍କୁ ଶତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ |।

4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ |।

5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;

6 କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚାକିପଥର ଟଙ୍ଗାଯାଇ ତାହାକୁ ମାହାସାଗରରେ ଅଗାଧ ଜଳରେ ବୁଡ଼ାଇଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା |।

7 ହାୟ,ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ,ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର |।

8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ; ଦୁଇ ହସ୍ତ ଓ ଦୁଇ ପାଦ ଘେନି ଅନନ୍ତ ଅଗ୍ନିରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ |।

9 ଆଉ ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ; ଦୁଇ ଚକ୍ଷୁ ଘେନି ଅଗ୍ନିମୟ ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ |।

10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁହିଁ ତୁଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି |।

11 [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି |]।

12 ତୁମ୍ଭେମାନେ କଅଣ ମନେ କଲ କୌଣସି ଲୋକର ଯଦି ଶଏ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ବଣା ହୋଇଯାଏ, ତେବେ କଅଣ ଅନେଶ୍ୱେତକୁ ପର୍ବତକୁ ଛାଡ଼ି ସେ ଯାଇ ବଣା ହୋଇଥିବା ମେଣ୍ଢାଟି ଖୋଜେ ନାହିଁ।

13 ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶ୍ୱେତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ |।

14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଛା ନୁହେଁ |।

15 ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ |।

16 କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ଘେନି ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ |।

17 ଯଦି ସେ ସେମାନଙ୍କ କଥା ନ ମାନେ,ତେବେ ମଣ୍ଡଳୀକି କୁହ, ଆଉ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ବିଜାତୀୟ ଓ କରଗ୍ରାହୀ ପରି ହେଉ |।

18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ନନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ |।

19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେ କୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ |।

20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି |।

21 ସେତେବେଳେ ପିତର ତାହାଙ୍କ ପାଖକୁ ଆସି ପଚାରିଲେ, ହେ ପ୍ରଭୁ, କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି।

22 କି ସାତ ଥର ପର୍ଯ୍ୟନ୍ତ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,

23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ | ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଛୁକ ଜଣେ ରାଜାଙ୍କ ସଦୃଶ |।

24 ସେ ହିସାବ ଆରମ୍ବ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଚାମୁକୁ ଅଣାଗଲା |।

25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲାପିଲୀ ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ |।

26 ତେଣୁ ସେହି ଦାସ ତାହାଙ୍କୁ ଭୁମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି |।

27 ସେଥିରେ ସେହି ଦାସର ପ୍ରଭୁ ସଦୟ ହୋଇ ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ |।

28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରି ଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ |।

29 ତେଣୁ ତାହାର ସହଦାସ ଭୁମୀଷ୍ଠହୋଇ ତାହାକୁ ବିନତୀ କରି କହିବାକୁ ଲାଗିଲା, ଆପଣ ମୋ'ବିଷୟରେ ଧର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି |।

30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା |।

31 ତେଣୁ ତାହାର ସହଦାଶମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ |।

32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;

33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାଶକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା।

34 ଆଉ, ତାହାର ପ୍ରଭୁ କ୍ରୁଦ୍ଧ ହୋଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହସ୍ତରେ ସମର୍ପଣ କଲେ |।

35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକି କ୍ଷମା ନ କର, ତାହା ହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ |।