1 ପ୍ରଭାତ ହୁଅନ୍ତେ ସମସ୍ତ ମହାଯାଜକ ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କର ବିପକ୍ଷରେ ମନ୍ତ୍ରଣା କଲେ,

2 ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପିଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ |।

3 ସେତେବେଳେ ତାହାଙ୍କୁ ଶତୃହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,

4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି |କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି।

5 ତୁ ତାହା ବୁଝ | ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି ଯାଇ ଆପଣାକୁ ଫାଶୀ ଦେଲା |।

6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ଘେନି କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ |।

7 ପୁଣି ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ |।

8 ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି |।

9 ଏଥିରେ ଯିରିମିୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାୟେଲ ସନ୍ତାନମାନେ ଯାହାଙ୍କ ମୂଲ୍ୟନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟସ୍ୱରୂପ ସେହି ତିରିଶଗୋଟି ରୌପ୍ୟମୁଦ୍ରା ସେମାନେ ଘେନି।

10 ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ |।

11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ଯୀଶୁ କହିଲେ, ଆପଣ କହୁଅଛନ୍ତି |।

12 ଆଉ ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ |।

13 ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ।

14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାରହିଁ ପଡେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମକ୍ତୃତ ହେଲେ |।

15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକି ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା |।

16 ସେତେବେଳେ ସେମାନଙ୍କର ବାର୍ ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା |।

17 ଅତଏବ ସେମାନେ ଏକତ୍ର ହୋଇଥିବା ସମୟରେ ପିଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ବାରବବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯିଶୁକୁ।

18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ |।

19 ଆଉ ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି |।

20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ |।

21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଚା ସେମାନେ କହିଲେ, ବାରବ୍ ବାକୁ |।

22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା ସେମାନେ ସମସ୍ତେ କହିଲେ, ସେ କୃଶରେ ଚଢ଼ାଯାଉ |।

23 ସେଥିରେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କୃଶରେ ଚଢ଼ାଯାଉ |।

24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଞ୍ଚ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ଜଳ ଘେନି ଲୋକସମୂହ ସାକ୍ଷାତରେ ହସ୍ତ ପ୍ରକ୍ଷାଳନ କରି କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦଷ, ତୁମ୍ଭେମାନେ ତାହା ବୁଝ |।

25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ |।

26 ସେଥିରେ ସେ ସେମାନେଙ୍କ ନିମନ୍ତେ ବାରବ୍ ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କୃଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ |।

27 ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ |।

28 ପୁଣି ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,

29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ |।

30 ଆଉ ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ଘେନି ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ |।

31 ପୁଣି ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କ କୃଶରେ ଚଢ଼ାଇବାକୁ ଘେନି ଗଲେ |।

32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କୃଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ |।

33 ଆଉ ସେମାନେ ଗଲ୍ ଗାଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାକଳସ୍ଥ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ।

34 ତାହାଙ୍କୁ ପିତ୍ତମିଶ୍ରିତ ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଚା କଲେ ନାହିଁ |।

35 ପରେ ସେମାନେ ତାହାଙ୍କୁ କୃଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱରା ଆପଣା ଆପଣା ମଧ୍ୟରେ ଭାଗ କରିନେଲେ,

36 ପୁଣି ସେଠାରେ ବସି ତାହାଙ୍କୁ ଜଗି ରହିଲେ |।

37 ଆଉ ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ |।

38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କୃଶରେ ଚଢ଼ାଗଲେ |।

39 ଆଉ ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,

40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କୃଶରୁ ଓହ୍ଲାଇ ଆ |।

41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,

42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହି | ସେ ପରା ଇସ୍ରାୟେଲର ରାଜା, ସେ ଏହିକ୍ଷଣି କୃଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା |।

43 ସେ ଈଶ୍ୱରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହା ହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ | ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର |।

44 ପୁଣି ଯେଉଁ ଡକାଇତମାନେ ତାହାଙ୍କ ସହିତ କୃଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ |।

45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା |।

46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ ଥାନୀ ଅର୍ଥାତ୍, ହେ ମୋହର ଈଶ୍ୱର, ହା ମୋହର ଈଶ୍ୱର, ତୁମ୍ଭେ ମୋତେ କାହିକିଁ ପରିତ୍ୟାଗ କଲ।

47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି |।

48 ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ ଘେନି ତାହା ଅମ୍ଳରସରେ ପୁର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା |।

49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା |।

50 କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚ ସ୍ୱରରେ ଡାକି ପ୍ରାଣତ୍ୟାଗ କଲେ |।

51 ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡା ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,

52 ପୁଣି ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉଥାପିତ ହେଲା,

53 ପୁଣି ତାହାଙ୍କ ଉତ୍‌ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ |।

54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ |।

55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲୀଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;

56 ସେମାନଙ୍କ ମଧ୍ୟରେ ମାଗ୍ ଦଲିନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ |।

57 ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମଥିୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ |।

58 ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ | ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ |।

59 ଯୋଷେଫ ଶରୀରଟି ଘେନି ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,

60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧିଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗୁଡ଼ାଇଦେଇ ଚାଲିଗଲେ |।

61 ମଗ୍ ଦଲିନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ |।

62 ତହିଁ ଆରଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ନିକଟରେ ଏକତ୍ର ହୋଇ କହିଲେ,

63 ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ ଖିଥିଲା, ତିନି ଦିନ ଉତ୍ତାରେ ମୁଁ ଉଠିବି |।

64 ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରିକରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ |।

65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର |।

66 ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ |।