1 ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗଦଲୀନୀ ମାରୀୟାମ ଓ ଅନ୍ୟ ମରିୟମ ସମାଧି ଦେଖିବାକୁ ଆସିଲେ |।

2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ |।

3 ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ସୁଭ୍ରବର୍ଣ୍ଣ ଥିଲା,

4 ପୁଣି ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ |।

5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କୃଶରେ ହତ ଯୀଶୁଙ୍କର ଅନ୍ୱେଷଣ କରୁଅଛ, ତାହା ମୁଁ ଜାଣେ |।

6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି | ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ |।

7 ଆଉ ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲୀଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି |।

8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ନିମନ୍ତେ ଦୌଡ଼ିଲେ |।

9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ | ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ |।

10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହି, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲୀଲୀକି ଜାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ |।

11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ |।

12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କାଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,

13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରିକରି ନେଇଗଲେ |।

14 ପୁଣି ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚରର ହୁଏ, ତାହା ହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା |।

15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ | ଏଣୁ ଏହି କଥା ଯିହୂଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି |।

16 କିନ୍ତୁ ଏକାଦଶ ଶିଷ୍ୟ ଗାଲୀଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ |।

17 ଆଉ ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ |।

18 ପୁଣି ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ ହୋଇଅଛି |।

19 ଅତଏବ ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,

20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି |।