1 କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।

2 ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।

3 ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଳାବନକାରୀ ବୃଷ୍ଟି ପରି ତହିଁରେ ଭକ୍ଷ୍ୟର ଅଭାବ ଘଟେ।

4 ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।

5 ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନେ୍ୱଷଣକାରୀମାନେ ସବୁ ବିଷୟ ବୁଝନ୍ତି।

6 ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।

7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।

9 ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।

10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବନ୍ତ ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।

11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।

12 ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।

13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।

14 ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।

15 ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।

16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।

17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବନ୍ତ କେହି ତାହାକୁ ନ ଅଟକାଉ।

18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।

19 ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବନ୍ତ ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।

20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।

21 ମୁଖାପେକ୍ଷା କରିବା ଭଲ ନୁହେଁ କିଅବା ଖଣ୍ଡେ ରୋଟୀ ପାଇଁ ଅଧର୍ମ କରିବା ଭଲ ନୁହେଁ।

22 କୁଦୁଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।

23 ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।

24 ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ।

25 ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।

26 ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖନ୍ତ ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।

27 ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।

28 ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।