1 ପରେ ମୋତେ ପାଦିକା ପରି ଗୋଟିଏ ନଳ ଦତ୍ତ ହେଲା | ଜଣେ ମୋତେ କହିଲେ, ଉଠ, ଈଶ୍ୱରଙ୍କ ମନ୍ଦିର, ବେଦୀ ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ |।
2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ |।
3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁଁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ |।
4 ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜିତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ |।
5 କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଛା କରିବା, ତାହାକୁ ଏହିପରି ଭାବେ ହଟ ହେବାକୁ ହେବ |।
6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ରୂଦ୍ଧ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି ଯେତେ ଥର ଇଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି |।
7 ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବା |।
8 ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କୃଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବା |।
9 ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ |।
10 ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦପ୍ରମୋଦ କରିବେ ପୁଣି ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ |।
11 ସାଢ଼େ ତିନି ଦିନ ଉତ୍ତାରେ ଈଶ୍ୱରଙ୍କଠାରୁ ଜୀବନବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭାର ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ମହାଭୟଗ୍ରସ୍ତ ହେଲେ |।
12 ସେତେବେଳେ ସେମାନେ ଆକାଶରୁ ଉଚ୍ଚ ସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ | ସେଥିରେ ସେମାନେ ମେଘାରୂଢ଼ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ |।
13 ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲେ, ପୁଣି ଭୁମି କମ୍ପରେ ସାତ ସହସ୍ର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ୱର୍ଗସ୍ଥ ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ |।
14 ଦ୍ୱିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି |।
15 ସପ୍ତମ ଦୂତ ତୂରୀଧ୍ୱନି କରନ୍ତେ ସ୍ୱର୍ଗରେ ମହା ଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ |।
16 ସେଥିରେ ଈଶ୍ୱରଙ୍କ ସମ୍ମୁଖରେ ଆପଣାଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ,
17 ହେ ପ୍ରଭୁ, ସର୍ବଶକ୍ତିମାନ୍ ଈଶ୍ୱର, ବର୍ତ୍ତମାନ ଓ ଭୂତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁଁ, କାରଣ ତୁମ୍ଭେ ଆପଣା ମାହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ |।
18 ବିଜାତିମାନେ କୃଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା |।
19 ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦୃଷ୍ଟ ହେଲା, ପୁଣି ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୁମିକମ୍ପ ଓ ମହା ଶିଳାବୃଷ୍ଟି ହେଲା |।