1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଲକ୍ଷଣ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହାହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ |।

2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବିଣା ଧାରଣ କରି ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି |।

3 ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ୍ ଈଶ୍ୱର, ତୁମ୍ଭର କର୍ମସମୂହ ମହତ୍ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାଯ୍ୟ ଓ ସତ୍ୟ।

4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ କିଏ ତୁମ୍ଭ ନାମର ଗୌରବ ନ କରିବ କାରଣ କେବଳ ତୁମ୍ଭେହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି |।

5 ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାରଉନ୍ମୁକ୍ତ ହେଲା,

6 ଆଉ ମନ୍ଦିରରୁ ସେହି ସପ୍ତକ୍ଲେଶଧାରୀ ସପ୍ତ ଦୂତ ବାହାରି ଆସିଲେ, ସେମାନେ ମଣିଖଚିତ ନିର୍ମଳ ଓ ଉଜ୍ଜ୍ୱଳ ମସିନା ବସ୍ତ୍ର ପରିହିତ ପୁଣି ସେମାନଙ୍କ ବକ୍ଷସ୍ଥଳରେ ସୁବର୍ଣ୍ଣ ପଟୁକା ବଦ୍ଧ |।

7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୁର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ |।

8 ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୁର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ |।