1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି ସମୁଦ୍ର ଆଉ ନ ଥିଲା |।
2 ପୁଣି ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି |।
3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି,ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ୱରଙ୍କ ବାସସ୍ଥାନ ଅଛି,ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
4 ପୁଣି ଈଶ୍ୱର ସୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଅଶ୍ରୁଜଳ ପୋଛିଦେବେ;ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରୋନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବବିଷୟସବୁ ଲୋପ ପାଇଅଛି |।
5 ପରେ ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ | ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱସନୀୟ ଓ ସତ୍ୟ |।
6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି | ଆମ୍ଭେ କ ଓ କ୍ଷ, ଆଦି ଓ ଅନ୍ତ | ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ |।
7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି ସେ ଆମ୍ଭର ପୁତ୍ର ହେବ |।
8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହାହିଁ ଦ୍ୱିତୀୟ ମୃତ୍ୟୁ |।
9 ତତ୍ପରେ ଯେଉଁ ସପ୍ତ ଦୂତଶେଷ ସପ୍ତ କ୍ଲେଶରେ ପରିପୁର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି |।
10 ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ୱରଙ୍କ ଗୌରବ ବିଶିଷ୍ଟ ଥିଲା;
11 ତାହାର ଜ୍ୟୋତିଃ ଅତିବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି |।
12 ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାୟେଲ ସନ୍ତାନମାନଙ୍କର ଦ୍ୱାଦଶବଂଶର ନାମ ଲିଖିତ ଅଛି |।
13 ପୂର୍ବରେ ତିନି ଦ୍ୱାର, ଉତ୍ତରରେ ତିନି ଦ୍ୱାର, ଦକ୍ଷିଣରେ ତିନି ଦ୍ୱାର ଓ ପଶ୍ଚିମରେ ତିନି ଦ୍ୱାର|।
14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ,ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି |।
15 ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା |।
16 ନଗରୀଟି ଚତୁଷ୍କୋଣ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ଦ୍ୱାଦଶ ସହସ୍ର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ସମାନ |।
17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣାନୁସାରେ ଏକ ଶ ଚୈରାଳିଶ ହାତ ହେଲା, ଦୂତହିଁ ଏହି ପରିମାଣାନୁସାରେ ମାପୁଥିଲେ |।
18 ସେହି ପ୍ରାଚୀର ସୂର୍ଯ୍ୟକାନ୍ତମଣି ନିର୍ମିତ, ପୁଣି ନଗରୀଟି ନିର୍ମଳ କାଚ ପରି ଶୁଦ୍ଧ ସୁବର୍ଣ୍ଣ ନିର୍ମିତ |।
19 ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ | ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟନୀଳକାନ୍ତମଣିର, ତୃତୀୟ ବୈଦୂର୍ଯ୍ୟମଣିର, ଚତୁର୍ଥ ମରକତମଣିର,
20 ପଞ୍ଚମ ପୁଲକମଣିର, ଷଷ୍ଠ ମାଣିକ୍ୟମଣିର, ସପ୍ତମ ପୁଷ୍ପରାଗମଣିର, ଅଷ୍ଟମ ଫିରୋଜ୍ ମଣିର, ନବମ ଗୋମେଦକମଣିର, ଦଶମ ଲଶୁନୀୟମଣିର, ଏକାଦଶ ଇନ୍ଦ୍ରନୀଳମଣିର ଓ ଦ୍ୱାଦଶ ସୁଗନ୍ଧମଣିର |।
21 ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ |।
22 ମୁଁ ସେହି ନଗରୀରେକୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ୍ ଈଶ୍ୱର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି |।
23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପସ୍ୱରୂପ |।
24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ |।
25 ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ |।
26 ଲୋକେ ଜାତିସମୂହର ଏୗଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ |।
27 କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଶଶାବଙ୍କ ଜୀବନପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ |।