1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ |।
2 ବୟୋଧିକ ପୁରୁଷମାନଙ୍କୁ ମିତଭୋଗୀ,ଗମ୍ଭିର, ସୁବୁଦ୍ଧି ପୁଣି ବିଶ୍ୱାସ, ପ୍ରେମ ଓ ଧୌର୍ଯ୍ୟରେ ସବଳ ହେବାକୁ,
3 ପୁଣି ବୟୋଧିକା ସ୍ତ୍ରୀ ମାନଙ୍କୁ ସେହି ପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;
4 ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥି ନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା, ସନ୍ତାନବତ୍ସଳା, ସୁବୁଦ୍ଧି, ସତୀ, ସୁଗୃହିଣୀ,
5 ସୁଶୀଳା, ଓ ଆପଣା ଆପଣା ସ୍ୱାମୀର ବଶୀଭୁତା ହେବାକୁ ଶିକ୍ଷା ଦିଅନ୍ତୁ;
6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
7 ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ଅକୃତ୍ରୀମ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନିୟ ବାକ୍ୟ ପ୍ରକଶ କର,
8 ଯେପରି ବିପକ୍ଷ ଲୋକ ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ |।
9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତା ମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତି,
10 ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୁର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୁପ ହୁଅନ୍ତି |।
11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
12 ପୁଣି ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁଁ,
13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ୍ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁଁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି |।
14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ |।
15 ଏହି ସମସ୍ତ କଥା କହି ପୁର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର | କେହି ତୁମ୍ଭକୁ ତୁଚ୍ଛ ନ କରୁ |।