1 କର୍ତ୍ରୁପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବ ପ୍ରକାରେ କୋମଳ ଭାବ ଦେଖଇବାକୁ ସେମାନଙ୍କୁ ସ୍ମରଣ କରାଅ |।
3 କାରଣ ପୁର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁଁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁଁ |।
4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୟା ଓ ମାନବ ଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମ କର୍ମ ସକାଶେ ନୁହେ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୁତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
6 ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୁପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ,
7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁଁ |।
8 ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରିମାନେ ସମସ୍ତ ସତ୍ କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢରୁପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା | ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ |।
9 କିନ୍ତୁ ବିତଣ୍ଡା ବାଦାନୁବାଦ, ବଂଶାବଳୀ,ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତି ଜନକ ଓ ଅସାର |।
10 ଯେଉଁ ଲୋକମାନେ ଭ୍ରାନ୍ତ ମତାବଲମ୍ବୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହା ଠାରୁ ପୃଥକ ରୁହ;
11 ଏହି ପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛ ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ |।
12 ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତୋମା କିମ୍ବା ତୁଖିକକୁ ପଠାଇବି, ସେତେବେଳେ ନିକପଲିକୁ ମୋ ପାଖକୁ ଆସିବା ପାଇଁ ଯତ୍ନ କର, କାରଣ ସେଠାରେ ଶିତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି |।
13 ବ୍ୟବସ୍ଥା ଶାସ୍ତ୍ରଜ୍ଞ ଜିନା ଓ ଆପଲ୍ଲଙ୍କୁ ଯତ୍ନ ପୁର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ |।
14 ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନିୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳ ହୀନ ନ ହୁଅନ୍ତି |।
15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି | ବିଶ୍ଵାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ |।